Posted inଜାତୀୟ

ଏମ୍‌ବିବିଏସ୍‌ ପାଇଁ ୪୦ ଲକ୍ଷ ଫି’କୁ ବିରୋଧ: ମୁଖ୍ୟମନ୍ତ୍ରୀ କହିଲେ ବଣ୍ଡ କରାଯିବନି ପ୍ରତ୍ୟାହାର…

ଚଣ୍ଡିଗଡ଼,୫।୧୧ : ହରିୟାଣାର ରୋହତକ ପିଜିଆଇରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ୧୦ ଲକ୍ଷ ଟଙ୍କା ବଣ୍ଡକୁ ବିରୋଧ କରୁଥିବା ଛାତ୍ରରଛାତ୍ରମାନେ ୧୫ ଘଣ୍ଟା ଜେଲରେ ରହିବା ପରେ ସେମାନଙ୍କୁ ମୁକ୍ତ କରାଯାଇଥିଲା। ବଣ୍ଡ କିମ୍ବା ଚୁକ୍ତିନାମା କରିବାର ଯୋଜନା ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରତ୍ୟାହାର କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ସୂଚିତ କରିଛନ୍ତି।

ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ବଣ୍ଡ ପଲିସି ଅନୁଯାୟୀ ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରମାନଙ୍କୁ ବାର୍ଷିକ ୯.୨୦ଲକ୍ଷ ଟଙ୍କା ଜମା କରିବାକୁ ପଡିବ। ଏଥି ସହିତ ୮୦ ହଜାର ଟଙ୍କା ଫି ମଧ୍ୟ ଦେବାକୁ ପଡିବ। ଫଳରେ ଡାକ୍ତରଙ୍କୁ ବର୍ଷକୁ ୧୦ ଲକ୍ଷ ଟଙ୍କା ଜମା କରିବାକୁ ପଡିବ । ନୂତନ ନୀତି ଅନୁସାରେ ସମସ୍ତଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ୪ବର୍ଷରେ ମୋଟ ୪୦ ଲକ୍ଷ ଟଙ୍କା ଜମା କରିବାକୁ ପଡିବ । ଏହାକୁ ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବିରୋଧ କରୁଛନ୍ତି।

ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ରାଜ୍ୟରେ କେବଳ ୬ ହଜାର ଡାକ୍ତର ଥିବାବେଳେ ଆମର ୨୮ ହଜାର ଡାକ୍ତର ଆବଶ୍ୟକ। ଏହି କାରଣରୁ ସରକାରୀ ଡାକ୍ତରଖାନାରେ ସେବା ଯୋଗାଇବା ପାଇଁ ଏହି ନୀତି ପ୍ରସ୍ତୁତ କରାଯାଇଛି। ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ହେଲିକପ୍ଟର ରୋହତକ ପିଜିଆଇର ସମାରୋହରୁ ଫେରିବାର ପ୍ରାୟ ଦୁଇ ଘଣ୍ଟା ପରେ ରୋହତକ ପୋଲିସ ଅଟକ ଥିବା ଛାତ୍ରମାନଙ୍କୁ ପୋଲିସ ଷ୍ଟେଶନରୁ ଛାତ୍ରୀଛାତ୍ରଙ୍କୁ ମୁକ୍ତ କରିବା ପ୍ରକ୍ରିୟା ଆରମ୍ଭ କରିଥିଲେ।

ତେବେ ଏମବିବିଏସ ଛାତ୍ରଛାତ୍ରୀଙ୍କ ଏହି ପ୍ରଦର୍ଶନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଟିକେ ନରମ ହୋଇଛି। ବର୍ତ୍ତମାନ ସୁଦ୍ଧା କାଉନସେଲିଂକୁ ମଧ୍ୟ ସ୍ଥଗିତ ରଖାଯାଇଛି। କିନ୍ତୁ ଯେପର୍ଯ୍ୟନ୍ତ ଏକ ଉଚ୍ଚ ସ୍ତରୀୟ କମିଟି ସରକାରଙ୍କ ପକ୍ଷରୁ ସେମାନଙ୍କ ସହ କଥାବାର୍ତ୍ତା ନକରନ୍ତି, ସେପର୍ଯ୍ୟନ୍ତ ଏହି ବିରୋଧ ଜାରି ରହିବ।

ଏମବିବିଏସ ଛାତ୍ରୀଛାତ୍ରମାନେ କହିଛନ୍ତି ଯେ ସରକାର ଜଣେ ଭଲ ଡାକ୍ତରଙ୍କ ଚିକିତ୍ସା କରିବାର ସୁଯୋଗ ଜନସାଧାରଣଙ୍କଠାରୁ ଛଡ଼ାଇ ନେଉଛନ୍ତି। ଟଙ୍କା ଆଧାରରେ ପ୍ରସ୍ତୁତ ଡାକ୍ତର ଭଲ କିମ୍ବା ଯୋଗ୍ୟତା ଆଧାରରେ ପ୍ରସ୍ତୁତ ଜଣେ ଭଲ ହେବେ ବୋଲି ସେମାନେ ପ୍ରଶ୍ନ କରିଛନ୍ତି। ଯୋଗ୍ୟତା ସାମ୍ନାରେ ଫି’ର ଏକ ପର୍ବତ ରଖାଯାଇଛି। ଯେଉଁଥିପାଇଁ ସେମାନଙ୍କୁ ଆଡମିଶନ ମିଳୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri