Posted inଜାତୀୟ

ଏଥର ଗୁଜରାଟରେ ରେକର୍ଡ ଭାଙ୍ଗି ଦେଖାଅ: ମୋଦି

ଅହମ୍ମଦାବାଦ୍‌,୬।୧୧: ଗୁଜରାଟ ବିଧାନସଭା ନିର୍ବାଚନ ୨୦୨୨ ଘୋଷଣା ପରେ ରାଜ୍ୟରେ ରାଜନୀତି ସରଗରମ ହୋଇଛି। ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଯାଛି। ଏହି କ୍ରମରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାଲସାଦ ଜିଲାରେ ପହଞ୍ଚିଥିଲେ। ଏଠାରେ ଏକ ନିର୍ବାଚନୀ ସଭାକୁ ଗୁଜରାଟୀ ଭାଷାରେ ସମ୍ବୋଧିତ କରି ମୋଦି କହିଛନ୍ତି, ଗୁଜରାଟର ବିକାଶ ପାଇଁ ଆମେ ନିରନ୍ତର କାର୍ଯ୍ୟ କରୁଛୁ। ପ୍ରତ୍ୟେକ ଗୁଜୁରାଟୀ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ। ମୁଁ ମୋର ଆଦିବାସୀ ଭାଇ ଓ ଭଉଣୀଙ୍କ ଆଶୀର୍ବାଦ ପାଇବାକୁ ଭାଲସାଦକୁ ଆସିଛି। ଏଥର ଆପଣମାନେ ବିଜୟ ରେକର୍ଡ ଭାଙ୍ଗି ଦେଖାନ୍ତୁ। ଗୁଜରାଟର ଲୋକମାନେ କେବଳ ଭାଜପାକୁ ହିଁ ନିର୍ବାଚନ ଜିତାଇବେ। ବିଧାନସଭା ନିର୍ବାଚନ ଘୋଷଣା ପରେ ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଗୁଜରାଟ ଗସ୍ତ।
ସୂଚନାଯୋଗ୍ୟ, ଗୁଜରାଟର ୧୮୨ ଆସନ ବିଶିଷ୍ଟ ବିଧାନସଭା ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଭୋଟ ଡିସେମ୍ବର ୧ରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବର ୫ରେ ଅନୁଷ୍ଠିତ ହେବ। ଡିସେମ୍ବର ୮ରେ ଭୋଟ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri