୮ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ):ଏବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ୮ ତାରିଖ ମଙ୍ଗଳବାର ଦିନ ସଙ୍ଗଠିତ ହେବ। ଅପରାହ୍ନ ୨ଟା ୩୮ରୁ ଗ୍ରହଣ ସ୍ପର୍ଶ ଓ ୬ଟା ୧୯ରେ ସର୍ବମୋକ୍ଷ ହେବ। ତେବେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଅପରାହ୍ନ ୩ଟା ୪୭ରେ ଆରମ୍ଭ ହେଉଥିଲେ ମଧ୍ୟ ଚନ୍ଦ୍ର ଉଦୟ ହୋଇ ନ ଥିବାରୁ ତାହା ଓଡ଼ିଶାକୁ ଦୃଶ୍ୟମାନ ହେବ ନାହିଁ। ଅପରାହ୍ନ ୫ଟା ୫ରେ ଚନ୍ଦ୍ର ଉଦୟ ସମୟରୁ ଓଡ଼ିଶାରେ ୬ରୁ ୭ ମିନିଟ୍‌ ପର୍ଯ୍ୟନ୍ତ ଦୃଶ୍ୟମାନ ହେବ। ବିଭିନ୍ନ ଜିଲାରେ ଏହା ଭିନ୍ନ ଭିନ୍ନ ସମୟରେ ଦେଖାଦେବ। ଭୁବନେଶ୍ୱରରେ ଅପରାହ୍ନ ୫ଟା ୫ରୁ ୫ଟା ୧୧ ପର୍ଯ୍ୟନ୍ତ ଅର୍ଥାତ୍‌ ୬ ମିନିଟ୍‌ ପାଇଁ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଓ ୫ଟା ୧୧ରୁ ୬ଟା ୧୯ ଯାଏ ଆଂଶିକ ଗ୍ରହଣ ଭାବେ ଦୃଶ୍ୟମାନ ରହିବ। ମଙ୍ଗଳବାର ଭୋର୍‌ ୫ଟା ୫୪ରୁ ପାକତ୍ୟାଗ ସହ ଦେବନୀତି ବନ୍ଦ ରହିବ।
ଚନ୍ଦ୍ର ଗ୍ରହଣ ସମ୍ପର୍କରେ ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି, ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ। ଗ୍ରହଣ ଓ ପରାଗ ଏକ ଛାଇ ଆଲୁଅର ଖେଳ, ଯାହା ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀର ଏକ ବିଶେଷ ଅବସ୍ଥିତିରେ ଘଟିଥାଏ। ବିଶ୍ୱର ଅନେକ ଦେଶର ବୈଜ୍ଞାନିକମାନେ ଏହି ସମୟରେ ପରୀକ୍ଷା ନିରୀକ୍ଷା କରିବାକୁ ଏବେଠୁ ଲାଗି ପଡ଼ିଲେଣି। କିନ୍ତୁ ଏହି ସମୟରେ କିଛି ଲୋକ ସୋସିଆଲ ମିଡିଆରେ ଏ ବିଷୟରେ ଅପପ୍ରଚାର ଓ ଭ୍ରମାତ୍ମକ ଖବର ପ୍ରଚାର କରି ସାଧାରଣ ଲୋକଙ୍କ ମନରେ ଭୟ ସୃଷ୍ଟି କରିବାରେ ଲାଗିଛନ୍ତି। ତେବେ ଏହାକୁ ଖାଲି ଆଖିରେ ଦେଖିହେବ। ଏହାର କୌଣସି ପ୍ରଭାବ ଆମ ଉପରେ ତଥା ପୃଥିବୀ ଉପରେ ନାହିଁ। ଆକାଶ ମେଘମୁକ୍ତ ରହିଲେ ଚନ୍ଦ୍ରଗ୍ରହଣକୁ ଓଡ଼ିଶା ତଥା ଭାରତର ସବୁ ଅଞ୍ଚଳରୁ ଖାଲି ଆଖିରେ ଦେଖିହେବ। ପ୍ଲାନେଟାରିୟମ ପକ୍ଷରୁ ଲୋକଙ୍କୁ ସଚେତନ କରାଯିବ ସହ ଏହି ସୁଯୋଗକୁ ହାତଛଡ଼ା ନ କରିବା ପାଇଁ ଅନୁରୋଧ କରାଯାଇଛି। ପ୍ଲାନେଟାରିୟମରେ ଏହି ଦୃଶ୍ୟକୁ ଅପରାହ୍ନ ୫ଟା ୫ରୁ ୬ଟା ୨୦ ପର୍ଯ୍ୟନ୍ତ ଦୂରବୀକ୍ଷଣ ଯନ୍ତ୍ର ଦ୍ୱାରା ଦେଖାଇବାର ବ୍ୟବସ୍ଥା କରାଯାଇଛି। ଏହି ସୁନ୍ଦର ଦୃଶ୍ୟଗୁଡ଼ିକୁ ଉପଭୋଗ କରିବା, ଏହା ପଛରେ ରହିଥିବା କାରଣଗୁଡ଼ିକ ଜାଣିବା ଓ ସମାଜରେ ଥିବା ଅନ୍ଧବିଶ୍ୱାସ ଦୂର କରିବାରେ ଏହି କାର୍ଯ୍ୟକ୍ରମ ସହାୟକ ହେବ। ତେବେ ପାଗ ମେଘୁଆ ରହିଲେ କାର୍ଯ୍ୟକ୍ରମ ବାତିଲ ହେବ। ଭାରତରେ ଚଳିତବର୍ଷର ଏହା ଶେଷ ଚନ୍ଦ୍ର ଗ୍ରହଣ। ପରବର୍ତ୍ତୀ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ୨୦୨୫ ସେପ୍ଟେମ୍ବର ୭ରେ ଏବଂ ପରବର୍ତ୍ତୀ ସୂର୍ଯ୍ୟୋପରାଗ(ଆଂଶିକ) ୨୦୨୭ ଅଗଷ୍ଟ ୨ରେ ଦେଖାଯିବ ବୋଲି ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri