ରାଜପଥ ଅବରୋଧ, ଦୋକାନ ବଜାର ବନ୍ଦ

କୁଆଁରମୁଣ୍ଡା,୭।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରଠାରେ ୧୪୩ ନମ୍ବର ଜାତୀୟ ରାଜପଥର ବୀରମିତ୍ରପୁର ତଲସରାଠାରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ରାଜପଥ ଖାଲଖମା ପୂର୍ଣ୍ଣ ହୋଇ ପଡ଼ିଛି। ବିଭାଗ ପକ୍ଷରୁ ଏହାକୁ ମରାମତି କରାଯାଉ ନ ଥିବାରୁ ବୀରମିତ୍ରପୁର ସହରବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଏ ନେଇ ବୀରମିତ୍ରପୁର ବିକାଶ ମଞ୍ଚ ପକ୍ଷରୁ ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭକରି ରାଜପଥ ବିଭାଗକୁ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଏଥିରେ କୌଣସି ସୁଫଳ ନ ମିଳିବାରୁ ବାଧ୍ୟହୋଇ ମଞ୍ଚ ପକ୍ଷରୁ ସୋମବାର ସକାଳ ୭ଟାରୁ ରାଜପଥ ଅବରୋଧ କରାଯାଇଛି। ଫଳରେ ରାଜପଥରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି। କେବଳ ଜରୁରିକାଳୀନ ଗାଡ଼ିଗୁଡ଼ିକ ବ୍ୟତୀତ ଅନ୍ୟ ଗାଡ଼ିଗୁଡିକ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି । ବୀରମିତ୍ରପୁର ବିକାଶ ମଞ୍ଚ ପକ୍ଷରୁ ସଭାପତି ଜୟନ୍ତ ଶ୍ରୀବାସ୍ତବ, ବଲ୍ଲୁ ତିୱାରୀ, ବିକ୍ରମ ପଟ୍ଟନାୟକ, ଜଗଦୀଶ ଅଗ୍ରୱାଲ, ବୀରମିତ୍ରପୁର ପୌରାଧ୍ୟକ୍ଷ ସନ୍ଦୀପ ମିଶ୍ର, ଉପାଧ୍ୟକ୍ଷା ନିବେଦିତା ବାଗେଙ୍କ ସମେତ ଅନ୍ୟ କାଉନସିଲରଙ୍କ ସହ ଜନସାଧାରଣ ରାସ୍ତାରୋକୋକୁ ସମର୍ଥନ କରିଛନ୍ତି। ବୀରମିତ୍ରପୁର ବଜାର କମିଟି ମଧ୍ୟ ଆନ୍ଦୋଳନକୁ ସମର୍ଥନକରି ଦୋକାନ, ବଜାର ବନ୍ଦ ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri