ରେଲ୍‌ୱେ ସାଇଡିଂ ମ୍ୟାନେଜରଙ୍କୁ ହତ୍ୟା

ଟେନ୍‌ସା/ଲହୁଣୀପଡ଼ା,୭।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ବରସୁଆଁ ରେଲ୍‌ୱେ ସାଇଡିଂଠାରେ ଏକ ଘରୋଇ ଖଣି କମ୍ପାନୀରେ କାମ କରୁଥିବା ମୋତିରାମ ପାଲ(୫୯)ଙ୍କୁ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବରପାଇ ସୋମବାର ସକାଳେ ଲହୁଣୀପଡ଼ା ଥାନା ଓ ଟେନ୍‌ସା ଫାଣ୍ଡି ପୋଲିସ ସମେତ ସାଇଣ୍ଟିଫିକ ଦଳ ସନ୍ଧାନୀ କୁକୁର ସହ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାରୀ ଓ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ।
ସୂଚନାଯୋଗ୍ୟ, ମୋତିରାମ ଘରୋଇ ଖଣି କମ୍ପାନୀର ବରସୁଆଁ ରେଲ୍‌ୱେ ସାଇଡିଂ ମ୍ୟାନେଜର ଭାବେ ଦାୟିତ୍ୱ ତୁଲାଇବା ସହିତ କମ୍ପାନୀ ଗେଷ୍ଟ ହାଉସରେ ଏକୁଟିଆ ରହୁଥିଲେ। ପ୍ରତ୍ୟେକ ଦିନ ପରି ରବିବାର ରାତିରେ ମଧ୍ୟ ସେ କାମ ସାରି ବରସୁଆଁ ସ୍ଥିତ କମ୍ପାନୀ ଗେଷ୍ଟ ହାଉସକୁ ଯାଇଥିଲେ। ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଲୁହାଛଡ଼ରେ ପିଟି ହତ୍ୟା କରିଥିଲେ। ସୋମବାର ସକାଳୁ ରୋଷେୟା ଚା’ ଦେବା ପାଇଁ ଯାଇଥିବା ବେଳେ ହତ୍ୟାକାଣ୍ଡ ଦେଖି ସମସ୍ତଙ୍କୁ ସୂଚନା ଦେଇଥିଲେ। ହତ୍ୟାକାଣ୍ଡର ପ୍ରକୃତ ତଥ୍ୟ ସାମ୍ନାକୁ ଆସି ନ ଥିଲେ ମଧ୍ୟ ଖୁବ୍‌ଶୀଘ୍ର ଘଟଣାର ପର୍ଦ୍ଦାଫାଶ ହେବ ବୋଲି ଲହୁଣୀପଡ଼ା ଥାନା ଅଧିକାରୀ ଜ୍ୟୋତିରଞ୍ଜନ ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri