ଓଡ଼ିଶାର ୩ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର

ଭୁବନେଶ୍ୱର, ୮।୧୧(ବ୍ୟୁରୋ):ନର୍ସିଂ ସେବା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ଲାଗି ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୧ ପାଇଁ ସୋମବାର ‘ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର’ ଦିଆଯାଇଛି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ବିଭିନ୍ନ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକରୁ ମୋଟ ୫୧ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରେ ୧୭ଜଣ ଏଏନ୍‌ଏମ୍‌ ଥିବାବେଳେ ୪ଜଣ ଏଲ୍‌ଏଚ୍‌ଭି ଏବଂ ୩୦ଜଣ ନର୍ସ ରହିଛନ୍ତି। ଏମାନଙ୍କ ମଧ୍ୟରେ ଓଡ଼ିଶାରୁ ୩ଜଣ ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର ପାଇଛନ୍ତି। ସେମାନେ ହେଲେ ଏଏନ୍‌ଏମ୍‌ ଦମୟନ୍ତୀ ରାଉତ, ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟର ନର୍ସ ଖୁଲଣା ବାରିକ ଓ ବ୍ରହ୍ମପୁର ଏମ୍‌କେସିଜିର ନର୍ସିଂ ଅଫିସର ଶିବାନୀ ଦାଶ। ସେହିଭଳି ମହାରାଷ୍ଟ୍ର ଓ କର୍ନାଟକରୁ ସର୍ବାଧିକ ୪ଜଣ ଲେଖାଏ ଥିବାବେଳେ ରାଜସ୍ଥାନ, ମଣିପୁର ଓ ଗୁଜରାଟରୁ ୩ଜଣ ଲେଖାଏ, ଆଣ୍ଡାମାନ ନିକୋବର, ବିହାର, ଦିଲ୍ଲୀ, ଉତ୍ତରପ୍ରଦେଶ, ତାମିଲନାଡ଼ୁ, ପୁଡୁଚେରୀ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ, କେରଳ ଓ ସିକ୍କିମରୁ ୨ଜଣ ଲେଖାଏ, ତ୍ରିପୁରା, ପଞ୍ଜାବ, ମିଜୋରାମ, ଅରୁଣାଚଳ ପ୍ରଦେଶ, ମେଘାଳୟ, ଆନ୍ଧ୍ରପ୍ରଦେଶ, ଲାକ୍ଷାଦ୍ୱୀପ, ଚଣ୍ଡିଗଡ଼, ଜମ୍ମୁ କଶ୍ମୀର, ହିମାଚଳ ପ୍ରଦେଶ ଓ ହରିୟାଣାରୁ ଜଣେ ଲେଖାଏ ରହିଛନ୍ତି। ସୂଚନାଯୋଗ୍ୟ, ସମାଜ ପ୍ରତି ନର୍ସିଂ ବୃତ୍ତିଧାରୀମାନଙ୍କ ପ୍ରଶଂସନୀୟ କାର୍ଯ୍ୟକୁ ସ୍ବୀକୃତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ପକ୍ଷରୁ ୧୯୭୩ ମସିହାରୁ ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର ଆରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri