ଘରକୁ ଫେରିଲେ ହବିଷିଆଳି

ପୁରୀ ଅଫିସ, ୯।୧୧: ଗୋଟିଏ ମାସ କାର୍ତ୍ତିକ ବ୍ରତର ହବିଷ ସାରିବା ପରେ ସୋମବାର ନିଜ ନିଜ ଘରକୁ ଫେରିଛନ୍ତି ହବିଷିଆଳିମାନେ। ପୂର୍ବାହ୍ନରେ ଜିଲାପାଳ ସମର୍ଥ ବର୍ମା ଓ ଏସ୍‌ପି ଡ. କନୱର ବିଶାଲ ସିଂ ବୃନ୍ଦାବତୀ ନିବାସରେ ପହଞ୍ଚତ୍ ଏକ ଭାବପୂର୍ଣ୍ଣ ପରିବେଶ ମଧ୍ୟରେ ହବିଷିଆଳିମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ମାସ ସାରା ନିଜ ପରିବାର ଛାଡ଼ି ହବିଷିଆଳିମାନେ ଏହି ନିବାସରେ ରହିଥିଲେ। ସେମାନଙ୍କ ସେବା ଓ ସ୍ବଚ୍ଛନ୍ଦ ପାଇଁ ସରକାର ଓ ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଥିଲେ। ଏହି ମାସର ଅଭିଜ୍ଞତା ଆଗାମୀ ଦିନରେ ପ୍ରଶାସନକୁ ଅଧିକ ଋଦ୍ଧିମନ୍ତ ଓ କ୍ରିୟାଶୀଳ କରିବ ବୋଲି କହିବା ସହ ପ୍ରତ୍ୟେକ ହବିଷିଆଳିଙ୍କୁ ଜିଲାପାଳ ମହାପ୍ରଭୁଙ୍କ ଶୁଖିଲା ଭୋଗ ଓ ଫଳ ପ୍ରଦାନ କରିଥିଲେ। ସେମାନେ ନିଜ ଅଭିଜ୍ଞତା ବର୍ଣ୍ଣନା କରି ବିଗତବର୍ଷଠାରୁ ଚଳିତବର୍ଷର ରାଇଦାମୋଦର ବା ହବିଷ ଅତ୍ୟନ୍ତ ସୁଖଦ ଓ ଶୃଙ୍ଖଳିତ ଥିଲା ବୋଲି କହିଥିଲେ। ସରକାର ଓ ପ୍ରଶାସନ ଖୁବ ଭଲ ଭାବେ ଆମ ଦାୟିତ୍ୱ ନେବା ସହ ବୃନ୍ଦାବତୀ ପୂଜା, ସ୍ବେଚ୍ଛାସେବୀଙ୍କ ସହଯୋଗ ଓ ସେବା, ମନ୍ଦିର ଓ ଠାକୁର ଦର୍ଶନ, ମହାପ୍ରସାଦ ସେବନ, ଭଜନ ପ୍ରବଚନ ଶ୍ରବଣ ଇତ୍ୟାଦି ଖୁବ୍‌ ଭଲ ଥିଲା। ଘରୁ ଆସିଥିଲା ବେଳେ କେମିତି କ’ଣ ହେବ ବୋଲି ଆଶଙ୍କାରେ ଥିଲୁ। ଏବେ ଏଠି ଛାଡି ଯିବାବେଳେ ମାସକର ସ୍ନେହ ମମତାକୁ ଭାବି ଦୁଃଖ ଲାଗୁଛି। ଈଶ୍ୱରଙ୍କ ଆଶୀର୍ବାଦ ଥିଲେ ପୁଣି ଆରବର୍ଷକୁ ଆସିବୁ ବୋଲି କୋହଭରା କଣ୍ଠରେ ହବିଷିଆଳିମାନେ କହୁଥିଲେ। ଏପରିକି ମାସେ ରହଣି ଭିତରେ ପରସ୍ପର ମଧ୍ୟରେ ଗଢି ଉଠିଥିବା ସମ୍ପର୍କ ଦୃଷ୍ଟିରୁ ଆଜି ଘରକୁ ଫେରିବାବେଳେ ହବିଷିଆଳିମାନେ କାନ୍ଦି ପକାଉଥିବା ଦେଖିବାକୁ ମିଳିଥିଲା। ସମସ୍ତ ହବିଷିଆଳି କେନ୍ଦ୍ରରେ ମଧ୍ୟ ଅନୁରୂପ ଭାବେ ଭୋଗ ଓ ଫଳ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ମିହିର ପ୍ରସାଦ ପଣ୍ଡା, ପୁରୀ ପୌରନିର୍ବାହୀ ଅଧିକାରୀ ସରୋଜ ସ୍ବାଇଁ, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଅଜିତ ମହାପାତ୍ର, ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର, ରଞ୍ଜନ ବେହେରା, ରାକେଶ ପଣ୍ଡା, ଆଶୁତୋଷ ଦେବ, ପୁରୀ ତହସିଲଦାର କ୍ଷୀରୋଦ ବେହେରା, ପୁରୀ ଅତିରିକ୍ତ ପୌରନିର୍ବାହୀ ଅଧିକାରୀ ମନୋଜ ବେହେରା, ସହକାରୀ ଜିଲାପାଳ ରାଜ ବଲ୍ଲଭ ନାୟକ, ଆର୍‌ଟିଓ ରବୀନ୍ଦ୍ର ପଟ୍ଟନାୟକ, ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜ ପ୍ରଧାନ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri