ଭିଜିଲାନ୍ସ ସଚେତନତା ସପ୍ତାହ ଉଦ୍‌ଯାପିତ

ନୂଆଦିଲ୍ଲୀ,୧୦।୧୧: କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍‌ଆଇସି)ର ଗୁଜରାଟ ଆଞ୍ଚଳିକ କାର୍ଯ୍ୟାଳୟ ଅହମଦାବାଦ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ଇଏସ୍‌ଆଇସି ମୁଖ୍ୟ କାର୍ଯ୍ୟାଳୟ ସମେତ ଦେଶର ସମସ୍ତ ଶାଖା କାର୍ଯ୍ୟାଳୟରେ ମଧ୍ୟ ‘ଭିଜିଲାନ୍ସ ସଚେତନତା ସପ୍ତାହ’ ଉଦ୍‌ଯାପିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗୁଜରାଟ ଇଏସ୍‌ଆଇସି ପକ୍ଷରୁ ବ୍ୟାପକ ଜନସଚେତନତା ସାଙ୍ଗକୁ ବିଭାଗୀୟ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଯାଇଛି। ବିଶେଷକରି ଉଦ୍‌ଯାପନୀ ଉତ୍ସବରେ ଇଏସ୍‌ଆଇସିର ଗୁଜରାଟ ଆଞ୍ଚଳିକ କାର୍ଯ୍ୟାଳୟର ଅତିରିକ୍ତ କମିଶନର ଆର୍‌.କେ. ଗୌତମ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ଏହି ପରିପ୍ରେକ୍ଷୀରେ ସେ ଆଞ୍ଚଳିକ ଓ ଶାଖା କାର୍ଯ୍ୟାଳୟର ସମସ୍ତ ବରିଷ୍ଠ ଅଧିକାରୀ ଓ ଅନ୍ୟ କର୍ମଚାରୀଙ୍କୁ ଶପଥ ପାଠ କରାଇବା ସହ ସପ୍ତାହବ୍ୟାପୀ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ଏବଂ କର୍ମଚାରୀଙ୍କୁ ସମ୍ମାନିତ କରିଥିଲେ। ଉଲ୍ଲେଖଯୋଗ୍ୟ, ଭିଜିଲାନ୍ସ ସଚେତନତା ସପ୍ତାହ-୨୦୨୨ ପରିପ୍ରେକ୍ଷୀରେ ଇଏସ୍‌ଆଇସି ଗୁଜରାଟର ଅହମ୍ମଦବାଦ ଆଞ୍ଚଳିକ କାର୍ଯ୍ୟାଳୟ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଅବସ୍ଥିତ ଶାଖା କାର୍ଯ୍ୟାଳୟଗୁଡ଼ିକରେ ମଧ୍ୟ ଅକ୍ଟୋବର ୩୧ରୁ ନଭେମ୍ବର ୬ ପର୍ଯ୍ୟନ୍ତ ଉକ୍ତ ସପ୍ତାହ ସାଙ୍ଗକୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ପାଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri