Posted inଜାତୀୟ

ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ, ବାହାରିବେ ପୋଲିଂ ପାର୍ଟି, ସିଲ ହେବ ସୀମା

ଶିମଲା,୧୦ ।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନର ପ୍ରଚାର ଆଜି ଅର୍ଥାତ୍ ଗୁରୁବାର ଶେଷ ହେବ । ଏହାସହ ପୋଲିଂ ପାର୍ଟି ମତଦାନ କେନ୍ଦ୍ରକୁ ବାହାରିଯିବେ । ପାହାଡିଆ ଅଞ୍ଚଳରେ ଥିବା ମତଦାନ କେନ୍ଦ୍ର ଗୁଡିକରେ ତୁଷାରପାତର ସ୍ଥିତିକୁ ଦେଖି ପୋଲିଂ ପାର୍ଟି ଓ ନିର୍ବାଚନ ସାମଗ୍ରୀକୁ ଚପର ଦ୍ୱାରା ପଠାଯିବ । ସନ୍ଧ୍ୟା ୫ଟାରେ ପ୍ରଚାର ସରିବା ପେର ପଡୋଶୀ ରାଜ୍ୟକୁ ଲାଗି ରହିଥିବା ସମସ୍ତ ସୀମାକୁ ସିଲ୍ କରି ଦିଆଯିବ ।
ପ୍ରଚାରର ଶେଷ ଦିନରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କାଂଗଡାର ସୁଲହ ଓ ପାଂୱଟା ସାହିବରେ ରାଲି କରିବେ । ଅନ୍ୟପଟେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ସତୌନରେ ଜନସଭା କରିବା ସହ ଶିମଲାରେ ରୋଡ ଶୋ’ କରିବେ । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍ପର ସିଂ ଧାମି, କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ବିଭିନ୍ନ ରାଲିରେ ଯୋଗ ଦେବେ । ଏହାସହ ପ୍ରାର୍ଥିମାନେ ଡୋର ଟୁ ଡୋର ପ୍ରଚାର ବି କରିବେ । କଂଗ୍ରେସ ସମସ୍ତ ୬୮ ବିଧାନସଭା ନିର୍ବାଚନ ମଣ୍ଡଳିରେ ବିଜୟ ଆଶୀର୍ବାଦ ରାଲି ବାହାର କରିବ । ଏହି ରାଲିର ଆରମ୍ଭ ମନ୍ଦିରରେ ଦେବୀ-ଦେବତାଙ୍କ ଆଶୀର୍ବାଦରୁ ଆରମ୍ଭ କରାଯିବ ।
ସାରା ରାଜ୍ୟରେ ୭,୮୮୧ ମତଦାନ କେନ୍ଦ୍ରରେ ୧୨ ନଭେମ୍ବରରେ ଭୋଟ ଗ୍ରହଣ କରାଯିବ । ରାଜ୍ୟର ମୁଖ୍ୟ ନିବାଚନ ଅଧିକାରୀ ମନିଷ ଗର୍ଗ କହିଛନ୍ତି, ପୋଲିଂ ପାର୍ଟି ଦୂରଦୂରାନ୍ତ ମତଦାନ କେନ୍ଦ୍ରକୁ ୧୦ ନଭେମ୍ବର ଓ ନିକଟରେ ଥିବା ମତଦାନ କେନ୍ଦ୍ରକୁ ୧୧ ନଭେମ୍ବରରେ ଗସ୍ତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri