Posted inଜାତୀୟ

କୋଏମ୍ବାଟୁର ବୋମା ବିସ୍ଫୋରଣ ମାମଲା: ୪୫ ସ୍ଥାନରେ ଏନଆଇଏ ଚଢ଼ାଉ…

ଚେନ୍ନାଇ,୧୦।୧୧ : ଜାତୀୟ ତଦନ୍ତ ଏଜେନ୍ସି (ଏନଆଇଏ) ପକ୍ଷରୁ ଗୁରୁବାର ତାମିଲନାଡୁର ୪୫ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଆରମ୍ଭ କରିଛି। ଦୀପାବଳି ଅବସରରେ କୋଏମ୍ବାଟୁରରେ ଏକ ମନ୍ଦିର ବାହାରେ କାର ବୋମା ବିସ୍ଫୋରଣ ଘଟଣାକୁ ନେଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

କାର୍‌ ବୋମା ବିସ୍ଫୋରଣରେ ଅଭିଯୁକ୍ତ ମାନବ ବୋମା ଜାମିଶା ମୁବିନ (୨୯) ଙ୍କ ମୃତ୍ୟୁ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ଘଟଣାର ତଦନ୍ତକୁ ଏନଆଇଏକୁ ହସ୍ତାନ୍ତର କରିଛି। କାରରେ ଥିବା ଏଲପିଜି ସିଲିଣ୍ଡର ବିସ୍ଫୋରଣ ହୋଇଥିଲା। ଘଟଣାସ୍ଥଳରୁ ନଖ, ମାର୍ବଲ ଏବଂ ଛୋଟ ଛୋଟ ସିସା ଖଣ୍ଡ ମିଳିଥିଲା। ଏହାକୁ ସିଲିଣ୍ଡରରେ ଭରି ବିସ୍ଫୋରଣ କରିବାର ଏକ ବଡ ଷଡଯନ୍ତ୍ର ରଚାଯାଇଥିବା ଦାବି କରାଯାଇଥିଲା, କିନ୍ତୁ ଏହା ବିଫଳ ହୋଇଥିଲା। ୨୩ ଅକ୍ଟୋବର ସକାଳେ ଏହି ବିସ୍ଫୋରଣ ହୋଇଥିଲା।

ତାମିଲନାଡୁ ପୋଲିସର ସହଯୋଗରେ ଏନଆଇଏ ଅଧିକାରୀମାନେ ଏକକାଳୀନ ଚଢ଼ାଉ ଆରମ୍ଭ କରିଛନ୍ତି। କୋଟାମାଡୁ, ପୋନଭିଜା ନଗର, ରଥିନପୁରୀ ଏବଂ ଉକଡାମ ପରି ଅଞ୍ଚଳରେ ବୋମା ବିସ୍ଫୋରଣ ଘଟଣା ସହ ସମ୍ପୃକ୍ତ ସନ୍ଦିଗ୍ଧଙ୍କ ଘରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଏନଆଇଏ ଏହି ମାମଲାରେ ପଞ୍ଜୀକୃତ ହେବାର ପ୍ରାୟ ୧୫ ଦିନ ପରେ ଏହି ପଦକ୍ଷେପ ନେଇଛି।

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାଉଣ୍ଟର ଆତଙ୍କବାଦ ଏବଂ କାଉଣ୍ଟର ରେଡିକାଲାଇଜେଷ୍ଟଶନ (ସିଟିସିଆର) ଡିଭିଜନ ଏହି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଜାରି କରିଛି। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏହି ମାମଲାର ଏନଆଇଏ ଯାଞ୍ଚ ପାଇଁ ସୁପାରିଶ କରିବାର ଗୋଟିଏ ଦିନ ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। କୋଏମ୍ବାଟୁର ଉକଡାମ ଅଞ୍ଚଳରେ କାର ସିଲିଣ୍ଡର ବିସ୍ଫୋରଣ ସହ ସମ୍ପୃକ୍ତ ମାମଲାର ତଦନ୍ତ ଏନଆଇଏକୁ ହସ୍ତାନ୍ତର କରିବାକୁ ସିଏମ ଷ୍ଟାଲିନ ଗୃହ ମନ୍ତ୍ରଣାଳୟକୁ ସୁପାରିଶ କରଥିଲେ। ଏହା ସହିତ ସେ କୋଏମ୍ବାଟୁରରେ ସୁରକ୍ଷା ସୁନିଶ୍ଚିତ କରିବାକୁ ତାମିଲନାଡୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri