ବସ୍ତିବାସିନ୍ଦାଙ୍କ ପାଇଁ ସର୍ଭେ ଆରମ୍ଭ, ଉପକୃତ ହେବେ ଅଢ଼େଇ ଲକ୍ଷ ପରିବାର

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ସହରର ବସ୍ତି ବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି। ଯେଉଁମାନେ ଆମ ସହରକୁ ଗଢ଼ନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି, ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ଟି ମହାନଗର ନିଗମର ବସ୍ତିବାସିନ୍ଦାଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି। ସ୍ଥାନୀୟ କିଟ୍‌ କନ୍‌ଭେନ୍‌ସନ ହଲ୍‌ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ବସ୍ତି ଉନ୍ନୟନ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।

୫ଟି ମହାନଗର ନିଗମରେ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଦେବା ପାଇଁ ଡ୍ରୋନ ସର୍ଭେକ୍ଷଣ ଆରମ୍ଭ ହୋଇଛି। ଏଥିପାଇଁ ଟାଟା ଷ୍ଟିଲ ଫାଉଣ୍ଡେଶନ ବୈଷୟିକ ସହାୟତା ଯୋଗାଇ ଦେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ ଓ ଜାଗା ମିଶନ ମଧ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୩ଟି ସହରାଞ୍ଚଳର ୭୦୭ଟି ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କରିଥିଲେ ଏବଂ ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ଆଜିଠାରୁ ସମ୍ପୂର୍ଣ୍ଣ ବସ୍ତିମୁକ୍ତ ସହର ହେବାର ନୂଆ ପରିଚୟ ପାଇଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ବ୍ୟକ୍ତିଗତ ଭାବେ ତାଙ୍କ ପାଇଁ ବହୁତ ଖୁସିର ବିଷୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଜମି ଅଧିକାର ସହିତ ବସ୍ତି ଅଞ୍ଚଳକୁ ମୌଳିକ ସୁବିଧା ଯୋଗାଇ ଦିଆଯାଇ ବିଜୁ ଆଦର୍ଶ କଲୋନୀ ଗଠନ କରାଯାଉଛି। ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ଏବଂ ସାରା ରାଜ୍ୟ ବସ୍ତିମୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ଜାଗା ମିଶନ କାର୍ଯ୍ୟକ୍ରମ ସାରା ବିଶ୍ବରେ ସୁନାମ ପାଇଛି। ଭାରତ ସରକାର ମଧ୍ୟ ଏହି ନୂଆ ଚିନ୍ତାଧାରା ପାଇଁ ପୁରସ୍କାର ଦେଇଛନ୍ତି। ଏ ମିଶନର ଫୋକସ ହେଉଛି ପ୍ରଥମେ ମଣିଷ। ଜାଗା ମିଶନରେ ଆଜି ପର୍ଯ୍ୟନ୍ତ ରାଜ୍ୟର ୧୦୫ଟି ସହରର ବସ୍ତି ଅଞ୍ଚଳର ୧ ଲକ୍ଷ ୭୦ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ଅଢେଇ ଲକ୍ଷ ବସ୍ତି ପରିବାରକୁ ଭୂମି ଅଧିକାର ଦିଆଯିବ ବୋଲି ସେ ଘୋଷଣା କରିଥିଲେ। ନିଜର ଜାଗାଟିଏ ଓ ଘରଟିଏ ଥିଲେ, ଆମର ସ୍ବାଭିମାନ ବଢିଥାଏ। ଆମର ଏ ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ, ଏହା ତାଙ୍କର ଦୃଢ଼ ବିଶ୍ବାସ ବୋଲି ସେ କହିଥିଲେ।

୨୦୧୭ରୁ ଆରମ୍ଭ ହୋଇଥିବା ଜାଗା ମିଶନକୁ ଏକ ଆଧ୍ୟାତ୍ମିକ ଯାତ୍ରା ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ଯାତ୍ରା ବର୍ତ୍ତମାନ ସୁଦ୍ଧା ଆମ ପାଇଁ ଯଥେଷ୍ଟ ସଫଳତା ଓ ସନ୍ତୋଷ ଆଣିପାରିଛି। ବସ୍ତିର ବିକାଶରେ ବସ୍ତି ଉନ୍ନୟନ ସଂଘଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି ସଂଘଗୁଡ଼ିକୁ ଆମେ ସରକାରଙ୍କ ଚତୁର୍ଥ ସଂଘ ଭାବେ ମାନ୍ୟତା ଦେଇଛୁ ଏବଂ ସେମାନଙ୍କ ବିକାଶ ଓ ଶାସନତନ୍ତ୍ର ବ୍ୟବସ୍ଥାରେ ଭାଗିଦାର ହେବାର ସୁଯୋଗ ଦେଇଛୁ । ବସ୍ତି ଉନ୍ନୟନ ସଂଘଗୁଡ଼ିକ ହିଁ ବିଜୁ ଆଦର୍ଶ କଲୋନୀର ପରିଚାଳନା କରିବେ। ବସ୍ତି ସମୂହ ଭିତ୍ତିଭୂମି ବିକାଶ ପାଇଁ ପୌରସଂସ୍ଥା ବଜେଟ୍‌ରେ ୨୫ ପ୍ରତିଶତ ଏହି ସଂଘଗୁଡିକୁ ପ୍ରଦାନ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସହରଗୁଡିକ ଯେପରି ବସ୍ତିମୁକ୍ତ ହୋଇ ରହିବ, ବସ୍ତି ସୃଷ୍ଟି ହେବାର କାରଣ ଅନୁସନ୍ଧାନ କରି ତା’ର ନିରାକରଣ ପାଇଁ ରାଜ୍ୟ ସରକାର ପାଇଲଟ ପ୍ରୋଗ୍ରାମ ଆରମ୍ଭ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ଯୋଗ ଦେଇ ରାଜ୍ୟର ସହରଗୁଡ଼ିକର ବିଶେଷକରି ବସ୍ତି ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। ସାରା ଦେଶରେ ଏଭଳି ପଦକ୍ଷେପ ଅନନ୍ୟ ବୋଲି ସେ କରିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ସଂଗ୍ରାମ୍‌ଜିତ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମର ବିଭିନ୍ନ ସହରାଞ୍ଚଳରେ ମନ୍ତ୍ରୀ, ଏମ୍‌ପି, ବିଧାୟକ, ମେୟର ଓ ପୌର ପରିଷଦ ଅଧ୍ୟକ୍ଷମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri