ତାଲାବନ୍ଦ ଘରକୁ ଦୁର୍ବୃତ୍ତଙ୍କ ଟାର୍ଗେଟ୍‌

ବ୍ରହ୍ମପୁର ଅଫିସ,୧୦ା୧୧: ବ୍ରହ୍ମପୁର ସହରରେ ଏବେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇପଡିଛନ୍ତି। ସେମାନେ ବିଭିନ୍ନ ତାଲାବନ୍ଦ ଘରକୁ ଟାର୍ଗେଟ କରୁଥିବା ଘଟଣା ସାମ୍ନାକୁ ଆସୁଛି। ସଦର ଥାନା ଅଧୀନ ଆଦିଶକ୍ତିନଗରରେ ଏକ ତାଲାବନ୍ଦ ଘରୁ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ସୁନା ଗହଣା, ରୁପା କଏନ, ଲାପ୍‌ଟପ୍‌ ଓ ଟଙ୍କା ଆଦି ଚୋରି କରି ନେଇଥିବା ଜଣାପଡିଛି। ଏନେଇ ଘର ମାଲିକ ମହେନ୍ଦ୍ର ପଣ୍ଡାଙ୍କ ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ ସଂଗ୍ରହ କରି ତଦନ୍ତ ଆରମ୍ଭ କରିଛି।

ସୂଚନା ଯୋଗ୍ୟ, ପୁରୁଷୋତ୍ତମପୁର ଅଞ୍ଚଳର ମୂଳ ନିବାସୀ ମହେନ୍ଦ୍ର ପଣ୍ଡା ଏକ ଘରୋଇ ସଂସ୍ଥାରେ କାମ କରନ୍ତି। ସେ ବ୍ରହ୍ମପୁର ଆଦିଶକ୍ତିନଗରରେ ଘର ଭଡ଼ା ନେଇ ନିଜ ପରିବାର ସହ ରହୁଛନ୍ତି। ଗତ ୯ ତାରିଖରେ ତାଙ୍କ ଶଳାଙ୍କ ସ୍ବାସ୍ଥ୍ୟ ଖରାପ ଥିବାବେଳେ ତାଙ୍କୁ ଦେଖିବା ପାଇଁ ଘରେ ତାଲା ପକାଇ ପୁରୁଷୋତ୍ତମପୁର ଯାଇଥିଲେ। ବୁଧବାର ଘରକୁ ଫେରିଥିଲେ। ସେତିକିବେଳେ ସେ ଘର ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଘର ଭିତରକୁ ଗଲା ବେଳକୁ ଦୁର୍ବୃତ୍ତମାନେ ଆଲମୀରା ଭାଙ୍ଗି ଚୋରି କରିଥିବା ସେ ଜାଣିବାକୁ ପାଇଥିଲେ। ଏନେଇ ମହେନ୍ଦ୍ର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୫୩୨/୨୨) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri