ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦଶମନ୍ତପୁର,୧୦ା୧୧ ( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତର କୁଦାଲଅଟାଲ ଗ୍ରାମରେ ଜଣଙ୍କ ଟାଙ୍ଗିଆ ଚୋଟରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏନେଇ ଦଶମନ୍ତପୁର ଥାନାରେ ଅଭିଯୋଗ ହୋଇଛି l ମହିଳା ଜଣକ ହେଲେ ଗ୍ରାମର ରାମଦାସ ପରଜାଙ୍କ ସ୍ତ୍ରୀ ଦାନିକ। ବୁଧବାର ରାତିରେ ରାମଦାସଙ୍କ ପୁଅ କୁର୍ମଙ୍କ ସହ ଟଙ୍କ ପରଜା ପାଟିତୁଣ୍ଡ କରୁଥିଲେ। କୁର୍ମଙ୍କ ମା ଦାନିକ ବାହାରକୁ ଆସି କାହିଁକି ପାଟିତୁଣ୍ଡ କରୁଛ ବୋଲି କହି ଟଙ୍କଙ୍କୁ ଘରକୁ ଯିବାକୁ କହିଥିଲେ। ଗୁରୁବାର ସକାଳେ ଦାନିକ ମୁହଁ ଧୋଉଥିବା ସମୟରେ ହଠାତ୍‌ ଟଙ୍କ ଆସି ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ସଙ୍ଗେସଙ୍ଗେ ପରିବାର ଲୋକେ ତାଙ୍କୁ ଦଶମନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ କୋରାପୁଟ ସ୍ଥାନାନ୍ତର କରିଥିଲେ। ଘଟଣା ପରେ ଅଭିଯୁକ୍ତ ଟଙ୍କ ଫେରାର ହୋଇଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri