Posted inଜାତୀୟ

ଆଜି ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ହେବ ଭୋଟିଂ, ମଇଦାନରେ ୪୧୨ ପ୍ରାର୍ଥି

ଶିମଲା,୧୨ ।୧: ହିମାଚଳ ପ୍ରଦେଶର ସମସ୍ତ ୬୮ ବିଧାନସଭା ଆସନ ଲାଗି ଶନିବାର ଭୋଟିଂ ହେବ । ସାରା ରାଜ୍ୟରେ ଏଥିପାଇଁ ୭,୮୮୪ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି । ଏଠାରେ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ରାଜ୍ୟର ୪୧୨ ଜଣ ପ୍ରାର୍ଥିଙ୍କ ଭାଗ୍ୟ ଶନିବାର ଇଭିଏମରେ ବନ୍ଦ ହୋଇଯିବ । ବିଧାନସଭା ନିର୍ବାଚନର ଫଳାଫଳ ୮ ଡିସେମ୍ବରରେ ଆସିବ । ରାଜ୍ୟରେ ମୋଟ ୫୫,୯୨,୮୨୮ ଭୋଟର ଥିବା ବେଳେ ଏମାନଙ୍କ ମଧ୍ୟରେ ୨୮.୫୪,୯୪୫ ପୁରୁଷ ଓ ୨୭,୩୭,୮୫ ମହିଳା ଭୋଟର ରହିଛନ୍ତି । ଏହା ବ୍ୟତୀତ ପ୍ରାୟ ୩୮ ଜଣ ଥାର୍ଡ ଜେଣ୍ଡର ବି ଭୋଟ ଦେବେ । ରାଜ୍ୟରେ ୨୦୧୭ରେ ୭୫.୫୭ ପ୍ରତିଶତ ମତଦାନ ହୋଇଥିଲା, ଏହା ୨୦୧୨ର ବିଧାନସଭା ନିର୍ବଚନରେ ୭୩.୫ ପ୍ରତିଶତ ମତଦାନଠାରୁ ଅଧିକ ଥିଲା ।
ସୂଚନାଯୋଗ୍ୟ, ହିମାଚଳ ପ୍ରଦେଶର ଟ୍ରେଣ୍ଡ ରହି ଆସିଛି ପ୍ରତିଥର ନିର୍ବାଚନରେ ସରକାର ବଦଳି ଥାଆନ୍ତି । ଅର୍ଥାତ୍ ଶାସକ ଦଳ ପରାଜୟ ସ୍ୱୀକାର କରିଥାଆନ୍ତି । ସେଥିପାଇଁ ଏଥର ନିର୍ବାଚନ ପ୍ରଚାରରେ ଭାରତୀୟ ଜନତା ପାର୍ଟି(ଭାଜପା) ନୂଆ ଉପାୟ ଆପଣେଇଥିଲା । ଭାଜପାର ସ୍ଲୋଗାନ ଥିଲା, ‘ ରାଜ ନେହିଁ, ରିୱାଜ ବଦଲେଙ୍ଗେ । ଅର୍ଥାତ୍ ସରକାର ନୁହେଁ ପୁରୁଣା ପରମ୍ପରାକୁ ବଦଳାଇ ଦେବା । ଏବେ ରାଜ୍ୟରେ ଭାଜପା ସରକାର ଥିବା ବେଳେ ଜୟରାମ ଠାକୁର ମୁଖ୍ୟମନ୍ତ୍ରୀ ରହିଛନ୍ତି । ଏହା ପୂର୍ବରୁ ଏଠାରେ ୨୦୧୨ରେ କଂଗ୍ରେସ ସରକାର ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri