Posted inଜାତୀୟ

ସୁପାରିସ ସତ୍ତ୍ୱେ ପକାଇରଖୁଛି କେନ୍ଦ୍ର

ନୂଆଦିଲ୍ଲୀ,୧୨ା୧୧: ଉଚ୍ଚତର ଅଦାଲତଗୁଡ଼ିକରେ ବିଚାରପତି ନିଯୁକ୍ତି ଲାଗି ନାମ ସୁପାରିସ ସତ୍ତ୍ୱେ କେନ୍ଦ୍ର ସରକାର ଏହାକୁ ପକାଇ ରଖିଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏପରିକି ସୁପ୍ରିମକୋର୍ଟ କଲେଜିୟମ ଏନେଇ ସରକାରଙ୍କୁ ସ୍ମରଣ କରାଇବା ସତ୍ତ୍ୱେ ନିଯୁକ୍ତି ଦିଆଯାଉ ନାହିଁ। ଏହା ଗ୍ରହଣୀୟ ନୁହେଁ ବୋଲି ଜଷ୍ଟିସ୍‌ ଏସ୍‌.କେ. କୌଲ ଏବଂ ଏ.ଏସ୍‌. ଓକାଙ୍କ ଖଣ୍ଡପୀଠ କହିଛନ୍ତି। ଉଚ୍ଚତର କୋର୍ଟରେ ନିଯୁକ୍ତି ଲାଗି ସୁପାରିସ ହୋଇଥିବା ବିଚାରପତିଙ୍କ ନାଁକୁ ଝୁଲାଇ ରଖି ସେମାନଙ୍କ ସହମତି ହାସଲ କରିବା ଏକପ୍ରକାର କୌଶଳରେ ପରିଣତ ହୋଇଥିବା ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। ଏନେଇ ଖଣ୍ଡପୀଠ କେନ୍ଦ୍ର ଆଇନ ମନ୍ତ୍ରଣାଳୟର ପଦସ୍ଥ ସଚିବ (ନ୍ୟାୟ)ଙ୍କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି। ଠିକ୍‌ ସମୟରେ ବିଚାରପତି ନିଯୁକ୍ତି ଲାଗି ଗତବର୍ଷ ଏପ୍ରିଲ ୨୦ରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିବାବେଳେ ଏପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ହୋଇ ନ ଥିବାରୁ ବେଙ୍ଗାଲୁରୁର ଆଇନଜୀବୀ ସଂଘ ପକ୍ଷରୁ ଏହା ବିରୋଧରେ ପିଟିଶନ ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri