ରଣାଙ୍ଗନକୁ ଓହ୍ଲାଇଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଦୁଇ ଜଣ ପୂର୍ବତନ ବିଧାୟକ। ଏହି ଉପନିର୍ବାଚନ ପାଇଁ କଂଗ୍ରେସ ଶନିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ଉପରେ ଦଳ ଭରସା କରିଛି। ସତ୍ୟଭୂଷଣଙ୍କୁ ପ୍ରାର୍ଥୀ କରାଯିବା ନେଇ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଘୋଷଣା କରାଯାଇଛି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନ ପରେ ତାଙ୍କ ନାଁ ଘୋଷଣା କରାଯାଇଛି। ପଦ୍ମପୁରରୁ କଂଗ୍ରେସ ପ୍ରାର୍ଥୀ ହେବା ପରେ ସତ୍ୟଭୂଷଣ କହିଛନ୍ତି ଯେ ସେ ଏହି ଉପନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସବୁ ନେତା ଏଠାରେ କ୍ୟାମ୍ପ କରି ଦଳକୁ ବିଜୟୀ କରାଇବେ। ଦଳ ସବୁ ପ୍ରକାର ସହଯୋଗ କରିବ। ପଦ୍ମପୁରରେ ସେ ବିଜୟୀ ହେବା ନେଇ ନିଶ୍ଚିତ ଅଛନ୍ତି ବୋଲି କହିଛନ୍ତି।
ଅନ୍ୟପକ୍ଷରେ ପୂର୍ବତନ ବିଧାୟକ ତଥା ଭାଜପା ରାଜ୍ୟ କୃଷକ ମୋର୍ଚ୍ଚାର ସଭାପତି ପ୍ରଦୀପ ପୁରୋହିତ ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ହୋଇଛନ୍ତି। ଏ ନେଇ ଶନିବାର ଭାଜପା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂଙ୍କ ଦସ୍ତଖତରେ ରାଷ୍ଟ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରଦୀପ ପ୍ରାର୍ଥୀ ହେବା ନେଇ ବିଧାୟିକା କୁସୁମ ଟେଟେ ଗଣମାଧ୍ୟମକୁ ପୂର୍ବରୁ ସୂଚନା ଦେଇଥିଲେ। ରାଜ୍ୟର ଅନ୍ୟତମ ପ୍ରମୁଖ ଦଳ ବିଜେଡି ପକ୍ଷରୁ ଏ ପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ନାହିଁ। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ବିଜେଡି ପ୍ରାର୍ଥୀ ଘୋଷଣା କରିବା ସମ୍ଭାବନା ରହିଛି। ତେବେ ଦଳ କାହାକୁ ପ୍ରାର୍ଥୀ କରିବ ସେ ନେଇ କର୍ମୀଙ୍କ ମହଲରେ ଉତ୍କଣ୍ଠା ଲାଗି ରହିଛି। ଧାମନଗର ଉପନିର୍ବାଚନ ଭଳି ବିଜେଡି ଜଣେ ମହିଳାଙ୍କୁ ଟିକେଟ ଦେବ ନା ଅନ୍ୟ ପ୍ରାର୍ଥୀଙ୍କୁ ଭରସା କରିବ ତାହା ଉପରେ ସଭିଙ୍କ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri