Posted inରାଜ୍ୟ

ରଣପୁର ଡାକ୍ତରଖାନାରେ ଔଷଧ ବିତରଣ କେନ୍ଦ୍ର:୨୪ ବଦଳରେ ଖୋଲା ରହୁଛି ୬ଘଣ୍ଟା

ରଣପୁର,୨୪ା୭ (ସ୍ବ.ପ୍ର.): ସରକାର ରୋଗୀ ସେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ପ୍ରଚଳନ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ଏହି ସେବାରୁ ଲୋକେ ବଞ୍ଚତ୍ତ ହେଉଛନ୍ତି। ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପ୍ରତ୍ୟେକ ରୋଗୀ ପାଇଁ ସରକାର ନିରାମୟ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ରୋଗୀମାନେ ମାଗଣାରେ ଔଷଧ ନେଇପାରିବେ। ଡାକ୍ତରଖାନା ଭିତରେ ଏହି ସେବା ୨୪ଘଣ୍ଟା ଚାଲୁ ରହିବ ବୋଲି ସରକାରଙ୍କ କଡା ନିର୍ଦ୍ଦେଶ ରହିଛି। କିନ୍ତୁ ରଣପୁର ଡାକ୍ତରଖାନାରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ଏହି ଯୋଜନାରେ ଖୋଲିଥିବା ଔଷଧ ବିତରଣ କେନ୍ଦ୍ର ସକାଳେ ୪ଘଣ୍ଟା ଓ ଅପରାହ୍ନରେ ୨ଘଣ୍ଟା କାର୍ଯ୍ୟ କରୁଛି ା ଆଉ ୧୮ ଘଣ୍ଟା କାଉଣ୍ଟର ବନ୍ଦ ରହୁଛି ା ଫଳରେ ଦୂରଦୂରାନ୍ତରୁ ଆସୁଥିବା ରୋଗୀମାନେ ମାଗଣାରେ ଔଷଧ ନ ପାଇ ବାହାର ଦୋକାନରୁ କିଣି ଖର୍ଚ୍ଚାନ୍ତ ହେଉଛନ୍ତି।
ରଣପୁର ସରକାରୀ ଡାକ୍ତରଖାନା ୧୯୫୭ ମସିହାରେ ପ୍ରତିଷ୍ଠା କରାଯାଇଛି ା ଏହା ଉପରେ ନୟାଗଡ ଜିଲାର ବିଭିନ୍ନ ଅଞ୍ଚଳ ସମେତ ଖୋର୍ଦ୍ଧା ଜିଲାର କିଛି ଗ୍ରାମର ଲୋକେ ଚିକିତ୍ସା ପାଇଁ ନିର୍ଭର କରିଥାନ୍ତି। ପ୍ରତ୍ୟହ ୩ଶହରୁ ଊର୍ଦ୍ଧ୍ୱ ରୋଗୀ ଏଠାକୁ ଚିକିତ୍ସା ପାଇଁ ଆସିଥାନ୍ତି। ଏପରିସ୍ଥଳେ ହାତ ଗଣତି ଡାକ୍ତରଙ୍କୁ ଛାଡିଦେଲେ କୌଣସି ବିଶେଷଜ୍ଞ ଡାକ୍ତର ନିଯୁକ୍ତି ହୋଇନାହାନ୍ତି। ପାଳି କରି ଡାକ୍ତରମାନେ ରୋଗୀସେବା କରିଥାନ୍ତି। ନିରାମୟ ଯୋଜନାରେ ଔଷଧ ବଣ୍ଟନ କରିବା ପାଇଁ ଏଠାରେ ୨ଜଣ କମ୍ପାଉଣ୍ଡର ନିଯୁକ୍ତି ହୋଇଛନ୍ତି। ଉକ୍ତ ଯୋଜନା ଅନୁସାରେ ଔଷଧ ବିତରଣ କେନ୍ଦ୍ର ଦିନ ରାତି ୨୪ଘଣ୍ଟା ଖୋଲା ରଖିବା କଥା। ମାତ୍ର ସକାଳେ ୮ଟାରୁ ୧୨ଟା ଓ ଅପରାହ୍ନରେ ୪ଟାରୁ ୬ଟା ପର୍ଯ୍ୟନ୍ତ ଔଷଧ ପ୍ରଦାନ କରାଯାଉଛି ା ଆଉ ୧୮ଘଣ୍ଟା ଔଷଧ କେନ୍ଦ୍ର ବନ୍ଦ ରହୁଛି। ସରକାର ବାର୍ଷିକ ୬ଶହରୁ ଊର୍ଦ୍ଧ୍ୱ କୋଟି ଟଙ୍କା ଖର୍ଚ୍ଚ କରି ୫୭୦ ପ୍ରକାର ଔଷଧ ଉପଲବ୍ଧ କରିଛନ୍ତି। ହେଲେ ଏହି ସେବାରୁ ରୋଗୀମାନେ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ରଣପୁର ଡାକ୍ତରଖାନାର ମୁଖ୍ୟ ଚିକିତ୍ସା ଅଧିକାରୀ ଦାୟିତ୍ୱରେ ଥିବା ଡାକ୍ତର ବୈଦ୍ୟନାଥ ନନ୍ଦଙ୍କୁ ପଚାରିବାରୁ ସେ କହିଥିଲେ, ନିରାମୟ କେନ୍ଦ୍ରକୁ ୨୪ଘଣ୍ଟା ଖୋଲି କମ୍ପାଉଣ୍ଡର ମେଡିସିନ ବିତରଣ କରିବା କଥା। କିନ୍ତୁ ଷ୍ଟାଫ୍‌ ଅଭାବରୁ ଏହାକୁ ୬ଘଣ୍ଟା ଖୋଲାଯାଇ ରୋଗୀଙ୍କୁ ଔଷଧ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri