Posted inଜାତୀୟ

ଇଣ୍ଡୋନେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୧: ଜି-୨୦ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଇଣ୍ଡୋନେସିଆର ବାଲି ଅଭିମୁଖେ ଯାତ୍ରା କରିଛନ୍ତି। ୧୪ ରୁ ୧୬ ନଭେମ୍ବର ମଧ୍ୟରେ ପ୍ରଧାନମନ୍ତ୍ରୀ ବାଲି ଗସ୍ତ କରିବେ। ଏଠାରେ ସେ ୧୫-୧୬ ନଭେମ୍ବରରେ ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୪୫ ଘଣ୍ଟା ରହିବା ସମୟରେ ୨୦ଟି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ବୃହତ୍ତମ ଗୋଷ୍ଠୀ ଜି -୨୦ର ନେତାଙ୍କ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ବ୍ୟତୀତ ପ୍ରଧାନମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରୁଥିବା ୧୦ଟି ଦେଶର ମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ ମଧ୍ୟ କରିବେ। ଏଥିରେ ବହୁପକ୍ଷୀୟ ଏବଂ ଦ୍ୱିପାକ୍ଷିକ ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା ହେବ।
ବାଲି ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଅନ୍ୟ ଜି-୨୦ ନେତାମାନେ ବିଶ୍ୱ ଅର୍ଥନୀତି, ଶକ୍ତି, ପରିବେଶ, କୃଷି, ସ୍ବାସ୍ଥ୍ୟ ଏବଂ ଡିଜିଟାଲ ପରିବର୍ତ୍ତନ ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ।
ଜି-୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଇଣ୍ଡୋନେସିଆ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ୧୫ ନଭେମ୍ବରରେ ବାଲିରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଛି। ବାଲି ସମ୍ମିଳନୀ ସମୟରେ ମୁଁ ବିଶ୍ୱସ୍ତରୀୟ ବିକାଶ, ଖାଦ୍ୟ ଏବଂ ଶକ୍ତି ସୁରକ୍ଷା, ପରିବେଶ, ସ୍ବାାସ୍ଥ୍ୟ ଏବଂ ଡିଜିଟାଲ ପରିବର୍ତ୍ତନ ଭଳି ବିଶ୍ୱସ୍ତରୀୟ ପ୍ରସଙ୍ଗରେ ଜି୨୦ ନେତାଙ୍କ ସହିତ ବିସ୍ତୃତ ଆଲୋଚନା କରିବି। ଏହି ସମ୍ମିଳନୀରେ ମୁଁ ଅନ୍ୟ ଦେଶର ନେତାଙ୍କୁ ଭେଟିବି ଏବଂ ସେମାନଙ୍କ ସହ ଭାରତର ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri