ଭାରତରେ ପୁଣିଥରେ ଡାଉନଲୋଡ୍‌ କରିହେବ ଭିଏଲ୍‌ସି ମିଡିଆ ପ୍ଲେୟାର

ନୂଆଦିଲ୍ଲୀ,୧୪।୧୧: ନିକଟରେ ମଲ୍ଟିମିଡିଆ ପ୍ଲେୟାର ଭିଏଲ୍‌ସି ଉପରେ ଭାରତ ସରକାର ପ୍ରତିବନ୍ଧ ଲଗାଇଥିଲେ। ଏବେ ଏହି ଆଦେଶ ହଟିଛି। ଫଳରେ ବ୍ୟବହାରକାରୀମାନେ ଭାରତରେ ଏହାକୁ ଡାଉନଲୋଡ କରିପାରିବେ। ସୋମବାର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରଣାଳୟ କମ୍ପାନୀ ଉପରୁ ପ୍ରତିବନ୍ଧକୁ ହଟାଇ ଦେଇଛି।

ଲୋକମାନେ ଭିଡିଓଲାନର ୱେବସାଇଟକୁ ଯାଇ ଭିଏଲସି ମିଡିଆ ପ୍ଲେୟାରକୁ ଡାଉନଲୋଡ କରିପାରିବେ। ଏଯାଏ ୭୩ ମିଲିୟନ ଲୋକ ଏହାକୁ ଡାଉନଲୋଡ କରି ସାରିଛନ୍ତି। ଏବେ ବି ଅନେକ ଲୋକ ଏହାକୁ ଡାଉନଲୋଡ୍‌ କରୁଛନ୍ତି।

ପ୍ରକାଶ ଯେ, ଭିଏଲସିର ମୂଳ କମ୍ପାନୀ ବ୍ୟବହାରକାରୀଙ୍କ ଡାଟା ଚାଇନାକୁ ପଠାଉଥିବା କୁହାଯାଉଥିଲା। ଚଳିତ ବର୍ଷ ଅକ୍ଟୋବରରେ କମ୍ପାନୀ ଭାରତ ସରକାରଙ୍କୁ ବ୍ୟାନ୍‌ ବିରୋଧରେ ଲିଗାଲ ନୋଟିସ ପଠାଇଥିଲା। ଭାରତରେ କାହିଁକି କମ୍ପାନୀର ସେବା ବନ୍ଦ କରାଗଲା ଓ କମ୍ପାନୀକୁ ନିଜର ପକ୍ଷ ରଖିବା ପାଇଁ ଭିଡିଓ କନଫରେନ୍ସର ସୁବିଧା ଯୋଗାଇ ଦେବାକୁ ନୋଟିସରେ କୁହାଯାଇଥିଲା। ଏହା ଉପରେ ଭାରତ ସରକାର ସମୀକ୍ଷା କରିଥିଲେ। କମ୍ପାନୀ ଠିକ ଭାବେ ନିଜର ପକ୍ଷ ରଖିବାକୁ ସକ୍ଷମ ହୋଇଥିବାରୁ ସମ୍ଭବତଃ ଭାରତ ସରକାର ଲାଗିଥିବା ବ୍ୟାନକୁ ହଟାଇ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri