୧୮ରେ ମାଓବାଦୀଙ୍କ କୋରାପୁଟ, ମାଲକାନଗିରି ବନ୍ଦ ଡାକରା

ମାଲକାନଗିରି,୧୪ା୧୧(ଡି.ଏନ.ଏ.): କୋରାପୁଟ ଜିଲା ମାଳିପଦର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଯବାନଙ୍କ ଗୁଳିରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ପୋଲିସ ପକ୍ଷରୁ କୁହାଯାଉଥିବା ବେଳେ ସୋମବାର ଏହାକୁ ବିରୋଧ କରି ମାଓବାଦୀ ସଙ୍ଗଠନ ମୁହଁ ଖୋଲିଛି।

ସଙ୍ଗଠନ ପକ୍ଷରୁ ଏହା ଏକ ମିଥ୍ୟା ଏନ୍‌କାଉଣ୍ଟର । ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମାଓବାଦୀ ସଙ୍ଗଠନ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଦାବି କରିଛି। ଏନେଇ ଆସନ୍ତା ୧୮ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲାରେ ବନ୍ଦ ଡାକରା ଦିଆଯାଇଛି ବୋଲି ମାଲକାନଗିରି-କୋରାପୁଟ ସୀମା ମାଓବାଦୀ ଡିଭିଜନ କମିଟିର ସଚିବ ରାକେଶ ଗଣମାଧ୍ୟମକୁ କହିଛନ୍ତି। ସେ କହିଛନ୍ତି ଯେ, ମାଳିପଦରଠାରେ ପୋଲିସର ମିଥ୍ୟା ଏନ୍‌କାଉଣ୍ଟରରେ ୨ଜଣ ନିରୀହ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାକୁ ମାଓବାଦୀ ସଙ୍ଗଠନ ଦୃଢ ନିନ୍ଦା କରୁଛି। ଏହି ଘଟଣାର ତୁରନ୍ତ ତଦନ୍ତ ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri