ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୦୨ ବ୍ୟାଚ ଆଇଏଏସ୍ ଅଧିକାରୀ ତଥା ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ସ୍ବତନ୍ତ୍ର ସଚିବ ଏସ.ଏନ୍. ଗିରିଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିବା ସୂଚନା ମିଳିଛି। ସେହିପରି ୧୯୯୫ ବ୍ୟାଚ ଆଇଆରଏସ ଅଧିକାରୀ ସୋମନାଥ ହାଁସଦାଙ୍କୁ ଭୁବନେଶ୍ୱରରେ ନବରତ୍ନ କମ୍ପାନୀ ନାଲ୍କୋ ଚିଫ୍ ଭିଜିଲାନ୍ସ ଅଫିସର ଭାବେ ଅବସ୍ଥାପିତ କରାଯାଇଥିବା ଜଣାପଡିଛି। ଅନ୍ୟପଟେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ୧୫ ଦିନିଆ ଛୁଟିରେ ଯାଇଥିବା ଜଣାପଡ଼ିଛି। ବିଧାନସଭା ଚାଲିଥିବା ସମୟରେ ପାଢୀଙ୍କ ଛୁଟି ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପାଢୀ ସୋମବାରଠାରୁ ଛୁଟିରେ ଯାଇଥିବା ବେଳେ ଅଗଷ୍ଟ ୫ତାରିଖରେ କାର୍ଯ୍ୟରେ ଯୋଗଦେବେ ବୋଲି କୁହାଯାଉଛି। ତାଙ୍କ ସ୍ଥାନରେ ଉନ୍ନୟନ କମିଶନର ଅସୀତ ତ୍ରିପାଠୀ ଅସ୍ଥାୟୀ ଭାବେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇବେ। ସେହିପରି ୧୯୮୭ ବ୍ୟାଚର ଆଇଏଏସ୍ ରାଜେଶ ବର୍ମା କେନ୍ଦ୍ର କୃଷି ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ପଦରେ ରହିଥିଲେ। ବର୍ମା ଯିବା ପରେ ତାଙ୍କ ସ୍ଥାନରେ କାହାକୁ ନିଯୁକ୍ତି ମିଳିବ ତାକୁ ନେଇ ମଧ୍ୟ ଚର୍ଚ୍ଚା ଲାଗି ରହିଛି। ବିଧାନସଭା ଅଧିବେଶନ ଶେଷ ହେବା ପରେ ଆଇଏଏସ୍ ଏବଂ ଆଇପିଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ ହେବ ବୋଲି ଶୁଣିବାକୁ ମିଳୁଛି।
ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…
ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...
ହ୍ୟୁମାନଙ୍କ ମା’ଙ୍କ ଏତଲା ପରେ ମୁହଁଖୋଲିଲେ ADCP: କହିଲେ ଜଣଜଣଙ୍କୁ…
କଟକ,୨୩।୧୨: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗରେ ମୁହଁ ଖୋଲିଲେ ADCP। କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି,...
ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ...
ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…
ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...
ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..
କଟକ,୨୩।୧୨: ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍ ଉପରେ ଚଢାଉ...
୨୪ ବର୍ଷ ପରେ ଓଡ଼ିଆ ପୁଅର ଅବଦାନକୁ ମିଳିଲା ସ୍ୱୀକୃତି
ଭୁବନେଶ୍ୱର,୨୩।୧୨: ୨୦୦୧ରେ ବିଶ୍ୱ ମଞ୍ଚରେ ଆତଙ୍କବାଦ ବିରୋଧୀ ଯୁଦ୍ଧ (War Against Terrorism) ସମୟରେ, ଭାରତୀୟ ନୌସେନାର ଅନେକ ଯୁଦ୍ଧଜାହାଜ ପସିଆନ୍ ଗଲ୍ଫ୍ ଅଞ୍ଚଳରେ ମୁତୟନ...
ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...
ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…
ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି।...
Archives


