ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଲେ ମୋଦି

ବାଲି,୧୫।୧୧: ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆର ବାଲିରେ ପହଞ୍ଚିଛନ୍ତି। ଏଠାରେ ସେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଛନ୍ତି। ବ୍ରିଟେନ ପ୍ରଧାନମନ୍ତ୍ରୀ ହେବା ପରେ ସୁନକଙ୍କ ସହ ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ ସାକ୍ଷାତ। ବ୍ରିଟେନରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଭାରତୀୟ ମୂଳ ଋଷି ସୁନକ ଅକ୍ଟୋବରରେ ଲିଜ ଟ୍ରସଙ୍କ ଇସ୍ତଫା ପରେ ସେ କଞ୍ଜରଭେଟିଭ ପାର୍ଟିର ମୁଖ୍ୟ ତଥା ପ୍ରଧାନମନ୍ତ୍ରୀ ହୋଇଥିଲେ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଫ୍ରାନ୍ସର ନେତା ଇମାନୁଏଲ ମାକ୍ରୋନଙ୍କୁ ମଧ୍ୟ ଭେଟିଥିଲେ।
ଜି -୨୦ ଶିଖର ସମ୍ମିଳନୀରେ ରୁଷିଆ-ୟୁକ୍ରେନ ଯୁଦ୍ଧ ଉପରେ ବିରାମ ଲଗାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପିଲ କହିଛନ୍ତି। ସେ କହିଛନ୍ତି, ବିଶ୍ୱ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ୟୁକ୍ରେନ-ରୁଷିଆ ଯୁଦ୍ଧ ବିଶ୍ୱର ଅର୍ଥନୀତି ଉପରେ ପ୍ରଭାବ ପକାଇଛି। ଏହି ଯୁଦ୍ଧ ଉପରେ ବିରାମ ଲଗାଇବା ପାଇଁ ବାଟ ଖୋଜିବାକୁ ହେବ। ଦ୍ୱିତୀୟ ବିଶ୍ୱ ଯୁଦ୍ଧ ସମୟରେ ବିଶ୍ୱରେ ଅର୍ଥନୈତିକ ସଂକଟ ମାଡ଼ିଆସିଥିଲା। ଏହି ସମୟରେ ଅଧିକାଂଶ ଦେଶର ମୁଖ୍ୟମାନେ ଶାନ୍ତି ପଥକୁ ଆପଣାଇଥିଲେ। ଏବେ ସମୟ ଆସିଛି ଆମମାନଙ୍କୁ ମଧ୍ୟ ସେହି ଶାନ୍ତିପଥକୁ ବାଛିବାକୁ ପଡ଼ିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri