କେନ୍ଦୁଝରରେ ଭୋଲ୍ଟାସ୍‌ର ବ୍ରାଣ୍ଡ୍‌ ଶପ୍‌

କେନ୍ଦୁଝର,୧୬ା୧୧: ଦେଶର ପ୍ରମୁଖ ଇଲେକ୍ଟ୍ରୋନିକ୍ସ ଉତ୍ପାଦକ କମ୍ପାନୀ ଭୋଲ୍ଟାସ୍‌ର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ ଓଡ଼ିଶା ବଜାରରେ ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ‘ଅମ୍ବିକା ହୋମ୍‌ ଆପ୍ଲିଆନ୍ସ’ ଜରିଆରେ ମଙ୍ଗଳବାର କେନ୍ଦୁଝର ସହର ଥାନା ଛକ (ରତନ ଟାଓ୍ବାର) ନିକଟରେ ଭୋଲ୍ଟାସ୍‌ର ପ୍ରଥମ ବ୍ରାଣ୍ଡ୍‌ ଶପ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କମ୍ପାନୀର ଆଞ୍ଚଳିକ ମୁଖ୍ୟ (ଇଷ୍ଟ-୨) ମାନସ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅମ୍ବିକା ହୋମ୍‌ ଆପ୍ଲିଆନ୍ସର ମୁଖ୍ୟ ପ୍ରକାଶ ଅଗ୍ରଓ୍ବାଲଙ୍କ ସମେତ ଉଭୟ ଅଗ୍ରଓ୍ବାଲ ପରିବାରର ସଦସ୍ୟ ଓ ଷ୍ଟୋରର କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଓଡ଼ିଶା ବଜାରରେ ଏହା ୧୦ମ ବ୍ରାଣ୍ଡ୍‌ ଶପ୍‌ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ଭୋଲ୍ଟାସ୍‌ର ଏମ୍‌ଡି ତଥା ସିଇଓ ପ୍ରଦୀପ ବକ୍ସି କହିଛନ୍ତି, ଓଡ଼ିଶାର କେନ୍ଦୁଝର ଜିଲାରେ ଭୋଲ୍ଟାସ୍‌ର ବ୍ରାଣ୍ଡ୍‌ ଶପ୍‌ର ଶୁଭାରମ୍ଭ ହୋଇଥିବାରୁ ଆମେ ବହୁ ଖୁସି। କାରଣ କମ୍ପାନୀ ମାର୍କେଟ ଲିଡର ଭାବେ ଉପଭୋକ୍ତାମାନଙ୍କୁ ସବୁବେଳେ ବ୍ୟବସାୟର କେନ୍ଦ୍ରସ୍ଥଳୀରେ ରଖି ଟେକ୍ନୋଲୋଜିକାଲ ଆଡଭାନ୍ସ ସାମଗ୍ରୀ ଯୋଗାଇଦେବାକୁ ପ୍ରୟାସ ଜାରି ରଖିଛି। ସେହିଭଳି କେନ୍ଦୁଝର ଜିଲା ସମେତ ଏହାର ନିକଟବର୍ତ୍ତୀ ସହର ଓ ଜିଲାର ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିବ ବୋଲି ପ୍ରକାଶ କହିଛନ୍ତି। ସେହିପରି ଏଠାରେ କମ୍ପାନୀର ସମସ୍ତ ବ୍ରାଣ୍ଡ୍‌ ଉପଲବ୍ଧ ହେଉଥିବା ବେଳେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ପ୍ରତ୍ୟେକ ସାମଗ୍ରୀରେ ନିଶ୍ଚିତ ଉପହାର ସାଙ୍ଗକୁ ଏକ୍ସଚେଞ୍ଜ ଅଫର ଓ ଏସିରେ ମାଗଣା ଇନ୍‌ଷ୍ଟାଲେଶନ ବ୍ୟବସ୍ଥା ମଧ୍ୟ ରହିଛି ବୋଲି ମାନସ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri