ରାଷ୍ଟ୍ରବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ପ୍ରୋତ୍ସାହନ ଅଭିଯାନ

ଭୁବନେଶ୍ୱର,୧୭।୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ପଞ୍ଜୀକରଣ ଶିବିର ଆୟୋଜିତ ହୋଇଯାଇଛି। ଏପରିକି ପେନ୍‌ସନ ଏବଂ ପେନ୍‌ସନଭୋଗୀ କଲ୍ୟାଣ ବିଭାଗ ଓ ଏସ୍‌ବିଆଇ ସିପିପିସି ଭୁବନେଶ୍ବର ସହଭାଗିତାରେ ଉକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି ଅବସରରେ ଭାରତ ସରକାରଙ୍କ ଅନୁ ସଚିବ ବିଶାଲ କୁମାର,ୟୁଆଇଡିଏଆଇର ବରିଷ୍ଠ ଅଧିକାରୀ, ଏସ୍‌ବିଆଇର ଡିଜିଟାଲ ଏବଂ ଟ୍ରାଞ୍ଜାକ୍ସନ ବ୍ୟାଙ୍କିଙ୍ଗ୍‌ ବିଭାଗ ଡିଜିଏମ୍‌ ଅମରେନ୍ଦ୍ର କୁମାର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଶେଷକରି ଜୀବନ ପ୍ରମାଣ ଆପ୍‌ ଦ୍ବାରା ଫେସ୍‌ ଅଥେଣ୍ଟିକେସନ ଟେକ୍ନୋଲୋଜିର ବ୍ୟବହାର କରାଯାଇ ଜୀବନ ପ୍ରମାଣପତ୍ର ବା ଲାଇଫ୍‌ ସାର୍ଟିଫିକେଟ ଦାଖଲ କରାଯାଇଥିଲା।

ସେହିଭଳି ପେନ୍‌ସନଭୋଗୀଙ୍କୁ ଜୀବନ ପ୍ରମାଣପତ୍ର ଦାଖଲ ସୁବିଧା ପ୍ରଦାନ କରିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ଏଭଳି ଏକ ନୂଆ ପ୍ରୟାସ ଆରମ୍ଭ କରାଯାଇଛି। ପେନ୍‌ସନଭୋଗୀମାନେ ଡିଜିଟାଲ ମାଧ୍ୟମରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଫେସ୍‌ ଅଥେଣ୍ଟିକେଶନ ପ୍ରଯୁକ୍ତି ବ୍ୟବହାରକରି ମଧ୍ୟ ପେନ୍‌ସନଭୋଗୀମାନେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଏହାଛଡ଼ା ଆଣ୍ଡ୍ରଏଡ୍‌ ଅପରେଟିଂ ସିଷ୍ଟମ ଥିବା ସ୍ମାର୍ଟଫୋନରେ ଜୀବନ ପ୍ରମାଣ ମୋବାଇଲ ଏପ୍ଲିକେଶନ ମାଧ୍ୟମରେ ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ ଦାଖଲ କରାଯାଇପାରିବ। ଉପରୋକ୍ତ ଯୋଜନା ସମ୍ପର୍କରେ ବ୍ୟାପକ ପ୍ରଚାରପ୍ରସାର କରିବା ଲାଗି ଭାରତ ସରକାରଙ୍କ ପେନ୍‌ସନ ଏବଂ ପେନ୍‌ସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ କେନ୍ଦ୍ରୀୟ ପେନ୍‌ସନଭୋଗୀଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ପ୍ରୋତ୍ସାହନ ଅଭିଯାନ ଆରମ୍ଭ କରାଯାଇଛି।

ସେହିପରି ପେନ୍‌ସନ ଏବଂ ପେନ୍‌ସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ ଦେଶର ୩୭ଟି ଏବଂ ଓଡ଼ିଶାର ୩ଟି ସହରରେ ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ ଦାଖଲ ଶିବିରର ଆୟୋଜନ କରାଯାଉଛି। ଭୁବନେଶ୍ବର, କଟକ ଏବଂ ବାଲେଶ୍ବରଠାରେ ଏହି ସଚେତନତା ଶିବିର ଆୟୋଜନ ହେଉଛି। ସୂଚନାଯୋଗ୍ୟ, ଆଜି (ନଭେମ୍ବର ୧୭) ବାଲେଶ୍ୱରଠାରେ ଏବଂ ନଭେମ୍ବର ୧୯ରେ ଉକ୍ତ କାର୍ଯ୍ୟକ୍ରମ କଟକଠାରେ ମଧ୍ୟ ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri