ଫସଲ ବୀମାକୁ ନେଇ ଟଣାଓଟରା

ଭୁବନେଶ୍ବର, ୧୭ା୧୧(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କୃଷକ ସଙ୍ଗଠନର ଅନୁରୋଧକ୍ରମେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ରାଜ୍ୟର ଚାଷୀଙ୍କ ବୀମାରାଶି ସମେତ ବିଭିନ୍ନ ସମସ୍ୟା ନେଇ ବିସ୍ତୃତ ଆଲୋଚନା କରିବା ସହ ଏ ସଂକ୍ରାନ୍ତୀୟ ଏକ ଚିଠି ପ୍ରଦାନ କରିଛନ୍ତି। ଚାଷୀଙ୍କ ସମସ୍ୟା ବୁଝିବା ସହ ବିଭାଗୀୟ ଅଧିକାରୀଙ୍କୁ ସମସ୍ୟାର ତୁରନ୍ତ ସମାଧାନ ପାଇଁ ତୋମାର ନିର୍ଦ୍ଦେଶ ଦେଇଥିବା ସେ କହିଛନ୍ତି।
ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ବରଗଡ଼ ଗସ୍ତ ସମୟରେ ସେଠାକାର ଚାଷୀମାନେ ତାଙ୍କୁ ଭେଟିଥିଲେ। ଓଡ଼ିଶା ସରକାରଙ୍କ ଦ୍ୱାରା ଚୟନ କରାଯାଇଥିବା ଏଚ୍‌ଏଡିଏଫ୍‌ସି ଆଗ୍ରୋ ଜେନେରାଲ ଇନ୍‌ସ୍ୟୁରାନ୍ସ କମ୍ପାନୀ ମାଧ୍ୟମରେ ୨୦୨୧ ଖରିଫ ଋତୁର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ବୀମାରାଶିକୁ ପୁଣି ଥରେ ସମୀକ୍ଷା କରାଯାଉ। ବୀମା କମ୍ପାନୀ ପାଇକମାଳ, ଝରାବନ୍ଧ, ପଦ୍ମପୁର, ଗାଇସିଲେଟ୍‌, ସୋହେଲା ଏବଂ ବିଜେପୁର ବ୍ଲକରେ ୨୦୨୧ ଖରିଫ ଋତୁରେ ମରୁଡ଼ି ପରିସ୍ଥିତି ଯୋଗୁ କ୍ଷୟକ୍ଷତି ହୋଇଥିବା ଚାଷର ବୀମା ଅର୍ଥ ବହୁତ କମ୍‌ ପ୍ରଦାନ କରିବା ନେଇ ଚାଷୀମାନେ ଅଭିଯୋଗ କରିଥିବା ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ଏନେଇ ତୋମାର କହିଛନ୍ତି, ଏହି ଯୋଜନା ଚାଷୀଙ୍କ ସୁରକ୍ଷାକବଚ। ଉକ୍ତ ଯୋଜନା ଅନ୍ତର୍ଗତ ଦେଶବ୍ୟାପୀ ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା ପ୍ରଭାବିତ ହୋଇଥିବା ଫସଲ ପାଇଁ ଚାଷୀଙ୍କୁ ୧ ଲକ୍ଷ ୨୪ ହଜାର କୋଟିରୁ ଅଧିକ ଟଙ୍କା ବୀମାରାଶି ବ୍ୟାଙ୍କ୍‌ ଖାତାରେ ଜମା କରାଯାଇଛି। ଉକ୍ତ ଯୋଜନାରେ ବୀମା କମ୍ପାନୀ ଚୟନ ରାଜ୍ୟ ସରକାରମାନେ କରନ୍ତି। ଓଡ଼ିଶାର ଯେବେ ବି ସମସ୍ୟା ଉତ୍ପନ୍ନ ହୋଇଛି କେନ୍ଦ୍ର ସରକାର ହସ୍ତକ୍ଷେପ କରି ତୁରନ୍ତ ସମସ୍ୟାର ସମାଧାନ କରିବା ପାଇଁ ଚେଷ୍ଟା କରିଛନ୍ତି। ରାଜ୍ୟ ସରକାର ବୀମା କମ୍ପାନୀଠାରୁ ହିତାଧିକାରୀଙ୍କ ପଇସା ପ୍ରଦାନ କରନ୍ତୁ । ଚାଷୀଙ୍କ ବିଷୟ ତଥା ପିଏମ୍‌ ଫସଲ ବୀମା ଯୋଜନାର ରାଜନୀତୀକରଣ କରିବା ଉଚିତ ନୁହେଁ ବୋଲି ତୋମାର କହିଛନ୍ତି।
ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ୍‌ ପାତ୍ର ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି କହିଛନ୍ତି, ଓଡ଼ିଶାର ଲୋକମାନେ ଭାଜପାର ଚାଷୀ ବିରୋଧୀ ମନୋଭାବ ଦେଖୁଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ ସମବାୟ ମନ୍ତ୍ରୀଙ୍କ ନିୟମିତ ଯୋଗାଯୋଗ ସତ୍ତ୍ୱେ ଚାଷୀଙ୍କ ଫସଲ ବୀମା କେନ୍ଦ୍ର ଅଟକାଇଥିଲା। ଧର୍ମେନ୍ଦ୍ରଙ୍କ ଚିଠି ଉପରେ ଜବାବ ରଖି ତୋମାର କହିଛନ୍ତି, ଚାଷୀଙ୍କ ଚାପ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିରନ୍ତର ଯୋଗାଯୋଗ ପରେ ଫସଲ ବୀମା ଅର୍ଥ ମଞ୍ଜୁର କରାଯାଇଛି। ଓଡ଼ିଶାର ଫସଲବୀମାକୁ ଅଟକାଇବା ନେଇ ଭାଜପା ପ୍ରତି କୃଷକଙ୍କ କ୍ରୋଧ ଦେଖିବାକୁ ମିଳିଛି। ରାଜନୀତି କରିବାକୁ ଆହୁରି ଅନେକ ପ୍ରସଙ୍ଗ ରହିଛି। ଅପରପକ୍ଷେ ଚିଠିର କୌଣସି ସତ୍ୟତା ନ ଥିବା ଧର୍ମେନ୍ଦ୍ର ପ୍ରଧାନ ଭଲରେ ଜାଣିଛନ୍ତି ବୋଲି ସସ୍ମିତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri