ରକ୍ଷଣାବେକ୍ଷଣ ଅଭାବରୁ ମରିଗଲାଣି ନଡ଼ିଆ ଚାରା

କୋଣାର୍କ,୧୭।୧୧(ଡି.ଏନ୍‌.ଏ.): ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପୁରୀ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୨ ବର୍ଷ ପୂର୍ବରୁ ରାସ୍ତାକଡରେ ନଡିଆ ଚାରା ଲଗାଯାଇଥିଲା। ରକ୍ଷଣାବେକ୍ଷଣ ଅଭାବରୁ ଏବେ ଚାରା ସବୁ ମରିବାକୁ ବସିଲାଣି। ଏପରି ଘଟଣା କୋଣାର୍କ ନିକଟସ୍ଥ ସୋରଭା ପଞ୍ଚାୟତରେ ଦେଖିବାକୁ ମିଳିଛି।

ସୂଚନା ମୁତାବକ, ଗ୍ରାମ ପଞ୍ଚାୟତର ଆର୍ଥିକ ମାନଦଣ୍ଡ ବୃଦ୍ଧି ଓ ସବୁଜ ବଳୟ ସୃଷ୍ଟି କରିବା ଲକ୍ଷ୍ୟରେ ରାସ୍ତା ପାର୍ଶ୍ୱରେ ଯୋଜନାରେ ଚାରାରୋପଣ ହୋଇଥିଲା। ବିଭାଗର ଆନ୍ତରିକତା ଅଭାବ ଓ ଦାୟିତ୍ୱରେ ଅଣଦେଖା ନୀତି ଫଳରେ ଚାରା ସବୁ ମରିଗଲାଣି। ଏହି ଚାରାରୋପଣ ନାମରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ଦାୟିତ୍ୱରେ ଥିବା ମୃତ୍ତିକା ସଂରକ୍ଷଣ କର୍ମଚାରୀ ଓ ପଞ୍ଚାୟତର କିଛି ମୁଷ୍ଟିମେୟ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ନୀତି ଫଳରେ ଯୋଜନାର ମୂଳ ଲକ୍ଷ୍ୟଠାରୁ ଦୂରେଇ ଯାଉଥିବା ପରିବେଶବିତଙ୍କ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ସୋରଭା ଗ୍ରାମ ପଞ୍ଚାୟତର ଓଟାଙ୍ଗ, ମହାନ୍ତି ସାହି, ସୋରଭା, ଦୁର୍ଗାପୁର ଓ ତରୁଣା ଆଦି ଗ୍ରାମର ରାସ୍ତା କଡରେ ଲଗାଯାଇଥିବା ନଡିଆ ଗଛ ପାଣି ନ ପାଇ ଅଧିକାଂଶ ଗଛ ମରିଯାଇଥିବା ଦେଖିବାକୁ ମିଳିଛି। ବିଭାଗର ଆନ୍ତରିକତାର ଅଭାବ ଯୋଗୁଁ ଏଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ସୋରଭା ପଞ୍ଚାୟତ ବ୍ୟତୀତ ଗୋପ ବ୍ଲକର ଅଧିକାଂଶ ପଞ୍ଚାୟତରେ ମୃତ୍ତିକା ସଂରକ୍ଷଣ ବିଭାଗ ପ୍ରକଳ୍ପ କାର୍ଯ୍ୟ କାଗଜ କଲମରେ ସୀମିତ ଥିବାବେଳେ କେତେକ ପଞ୍ଚାୟତରେ କରାଯାଇଥିବା ପ୍ରକଳ୍ପ କାର୍ଯ୍ୟ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି। ଏହି ସମ୍ବେଦନଶୀଳ ଘଟଣା ଉପରେ ମୃତ୍ତିକା ସଂରକ୍ଷଣ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଓ ପୁରୀ ଜିଲାପାଳ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ସୋରଭା ପଞ୍ଚାୟତ ସମେତ ଅଧିକାଂଶ ପଞ୍ଚାୟତର ବୁଦ୍ଧିଜୀବୀ, ସଚେତନ ନାଗରିକ, ସାମାଜିକ କର୍ମୀ ଓ ପରିବେଶବିତ୍‌ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri