ଛାତ୍ରାବାସରେ ଜୁନିୟରଙ୍କୁ ମାଡ଼ ଘଟଣା: ପ୍ରଶାସନର ରାତିଅଧିଆ ଯାଞ୍ଚ

ଦାରିଙ୍ଗବାଡ଼ି,୧୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ିରେ ଥିବା ମଙ୍ଗଳ ବିଭାଗ ଛାତ୍ରାବାସରେ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଛାତ୍ରମାନେ ମାଡ଼ ମାରିବା ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ପ୍ରଶାସନ ଏବେ କଠୋର ହୋଇଛି। ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର ବୁଧବାର ବିଳମ୍ବିତ ରାତିରେ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମାହା ଛାତ୍ରାବାସରେ ପହଞ୍ଚି ଯାଞ୍ଚ କରିଛନ୍ତି। ଛାତ୍ରଙ୍କୁ ଦିଆଯାଉଥିବା ଖାଦ୍ୟର ମାନକୁ ଯାଞ୍ଚ ସହ ସେମାନଙ୍କ ପାଠପଢ଼ା, ରହିବା, ଚଳଣି ଆଦି ଅନୁଧ୍ୟାନ କରିଛନ୍ତି। ସେହିପରି ଛାତ୍ରାବାସର ସୁପରିଣ୍ଟେଣ୍ଡେଣ୍ଟ ତଥା ପ୍ରଧାନଶିକ୍ଷକ ରୋହିତ କୁମାର ପ୍ରଧାନଙ୍କ ସହ ଆଲୋଚନା କରିଛନ୍ତି। ଛାତ୍ରମାନେ ପାଠପଢ଼ା ପ୍ରତି ଧ୍ୟାନ ଦେବା ସହ ଛାତ୍ରାବାସରେ କିଭଳି ଶୃଙ୍ଖଳାରେ ଚଳିବେ ବିଡିଓ ପରାମର୍ଶ ଦେଇଛନ୍ତି। ବିଡିଓ ପାତ୍ର କହିଛନ୍ତି ଯେ, ଏବେ ପ୍ରତିଦିନ ରାତ୍ରିକାଳୀନ ପାଟ୍ରୋଲିଂ ସହ ବିଭିନ୍ନ ଛାତ୍ରାବାସକୁ ବିଡିଓ, ତହସିଲଦାର ଗସ୍ତ କରି ଯାଞ୍ଚ କରିବେ। ଯେଉଁଠି ସମସ୍ୟା ଦେଖାଦେବ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ବିଡିଓ ବ୍ଲକର ୨୫ ପଞ୍ଚାୟତରେ ରହିଥିବା ଛାତ୍ରାବାସର ସମସ୍ତ ପ୍ରଧାନ ଶିକ୍ଷୟିତ୍ରୀଶିକ୍ଷକ, ଓ୍ବାଡ଼େନ, ସୁପରିଣ୍ଟେଣ୍ଡେଣ୍ଟଙ୍କୁ ନେଇ ବ୍ଲକ ସଭାଗୃହରେ ବୈଠକ କରିଥିଲେ। ବୈଠକରେ ମାସିକ ସମୀକ୍ଷା ସହ ଛାତ୍ରାବାସ ସୁପରିଚାଳନା ଲାଗି ବିଡିଓ ପାତ୍ର ଏବଂ ଗୋଷ୍ଠୀ ମଙ୍ଗଳ ସଂପ୍ରସାରଣ ଅଧିତ୍କାରୀ ବୁରୁ ପଡ୍ରା ମାଝି ପ୍ରମୁଖ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri