ବାରିପଦା ଅଫିସ,୧୮ା୧୧: ଓଡ଼ିଶାରେ ହୋ ଭାଷାକୁ ସରକାରୀ ମାନ୍ୟତା ଦାବିରେ ଡ଼ିସେମ୍ବର ୧୬ରୁ ଏକ ବାଇକ୍ ରାଲି ଓ ଦସ୍ତଖତ ଅଭିଯାନ ଆରମ୍ଭ କରାଯିବ। ୭ଦିନ ବ୍ୟାପି ରାଲିରେ ଜିଲା ଓ ଉପଖଣ୍ଡସ୍ତରରେ ଦାବିପତ୍ର ପ୍ରଦାନ ପରେ ରାଲି ଭୁବନେଶ୍ୱରରେ ପହଞ୍ଚତ୍ବ। ଏଥିପାଇଁ ମୟୂରଭଞ୍ଜ ଜିଲାର ବହଳଦା ଏବଂ ବାଙ୍ଗରିପୋଷିଠାରୁ ଦୁଇଟି ବାଇକ୍ ରାଲି ବାହାରିବ ବୋଲି ଅଖିଳ ଭାରତ ହୋ ଭାଷା କ୍ରିୟାନୁଷ୍ଠାନ କମିଟିର ଜିଲା ସଭାପତି ବିର୍ସା କଣ୍ଡାକେଲ ସୂଚନା ଦେଇଛନ୍ତି। ହୋ ଭାଷା ଆନ୍ଦୋଳନକୁ ଅଧିକ ସକ୍ରିୟ କରାଯିବା ନିମନ୍ତେ କମିଟିି ତରଫରୁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। ବହଳଦାରୁ ରଘୁବୀର କଣ୍ଡାକେଲ ବାହିନୀ ଓ ବାଙ୍ଗରିପୋଷିରୁ ମାଣ୍ଡୋ ସରଦାର ବାହିନୀ ଏହି ଦୁଇଟି ରାଲିର ନେତୃତ୍ୱ ନେବେ। ଏହି ସମୟରେ ବିଭିନ୍ନ ସ୍ଥାନରେ ଦସ୍ତଖତ ଅଭିଯାନ ସହିତ ଜିଲା ଏବଂ ଉପଖଣ୍ଡସ୍ତରରେ ଅଧିକାରୀମାନଙ୍କୁ ଦାବିପତ୍ର ପ୍ରଦାନ କରାଯିବ। ଓଡ଼ିଶାରେ ହୋ ଭାଷାକୁ ଦ୍ୱିତୀୟ ରାଜଭାଷାର ମାନ୍ୟତା, ସରକାରୀ ସ୍ତରରେ ବିଭକ୍ତ ହୋ ଭାଷାଭାଷୀମାନଙ୍କୁ ‘ହୋ’ ଜାତି ରୂପେ ଉଲ୍ଲେଖ କରିବା, ୮୦ ପ୍ରତିଶତରୁ ଅଧିକ ହୋ ଭାଷାଭାଷୀ ଛାତ୍ରୀଛାତ୍ର ଥିବା ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ବହୁଭାଷୀ ଶିକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରି ସ୍ବତନ୍ତ୍ର ହୋ ଭାଷା ଶିକ୍ଷକ ନିଯୁକ୍ତ କରିବା, ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ହୋ ଭାଷାରେ ସ୍ନାତକୋତ୍ତର ଏବଂ ଏହାର ଅଧୀନସ୍ଥ ମହାବିଦ୍ୟାଳୟ ଗୁଡ଼ିକରେ ହୋ ଭାଷାରେ ସ୍ନାତକ ପାଠ୍ୟକ୍ରମ ପ୍ରଚଳନ କରିବା, ହୋ ଭାଷାଭାଷୀ ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ହୋ ଭାଷାରେ ମାର୍ଗଦର୍ଶିକା ପୁସ୍ତକ ପ୍ରଚଳନ କରିବା ଆଦି ଦାବି ରହିଛି। ଏହା ସହିତ ହୋ ଭାଷାର ସରକାରୀ ମାନ୍ୟତା, ପ୍ରଗତି, ସଂହତି ଏବଂ ପରମ୍ପରାର ସୁରକ୍ଷା ପାଇଁ ଉକ୍ତ ଅଭିଯାନକୁ ଦଳମତ ନିର୍ବିଶେଷରେ ସମସ୍ତେ ସହଯୋଗ କରିବାକୁ ଅଖିଳ ଭାରତ ହୋ ଭାଷା କ୍ରିୟାନୁଷ୍ଠାନ କମିଟିର ଲକ୍ଷ୍ୟ ରହିଛି ବୋଲି ସଭାପତି କଣ୍ଡାକେଲ କହିଛନ୍ତି।
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ
କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...
ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...
Archives


