ଡିସେମ୍ବର ୧୦ରୁ ମଣ୍ଡିରେ ଖରିଫ ଧାନ ସଂଗ୍ରହ

ନବରଙ୍ଗପୁର,୧୯।୧୧(ବି.ପ୍ର.): ନବରଙ୍ଗପୁର ଜିଲାରେ ଆସନ୍ତା ଡିସେମ୍ବର ୧୦ତାରିଖରୁ ଧାନ ମଣ୍ଡିରେ ଅନ୍‌ଲାଇନରେ ପଞ୍ଜିକୃତ ହୋଇଥିବା ଚାଷୀଙ୍କ ଠାରୁ ଧାନ କିଣା ଯିବ। ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ମିଶନ ଶକ୍ତି ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ ଖରିଫ୍‌ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଜିଲାରେ ୫୯ ଧାନ ସଂଗ୍ରହ କେନ୍ଦ୍ରରେ ଚାଷୀମାନେ ନିଜର ପସଲ ବିକ୍ରୀ କରିପାଇବେ। ଏଥିରେ ୧୩ ଲ୍ୟାମ୍ପ୍‌ସ, ୨୫ ଏସ୍‌ଏଚ୍‌ଜି, ୨ ପାଣି ପଞ୍ଚାୟତ ମିଶି ୨୦୨୨-୨୩ ବର୍ଷ ପାଇଁ ସରକାରଙ୍କ ଦ୍ୱାରା ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ୧୫ ଲକ୍ଷ କୁଇଣ୍ଟାଲ ଧାନ ପ୍ରାରମ୍ଭିକ ପର୍ଯ୍ୟାୟରେ ମଣ୍ଡି ମାଧ୍ୟମରେ ଯୋଗ୍ୟ ଚାଷୀଙ୍କ ଠାରୁ ସଂଗ୍ରହ କରିବେ ବୋଲି ଜଣାପଡିଛି। ମଣ୍ଡିରେ ଯୋଗ୍ୟ ଚାଷୀମାନେ ଧାନ ବିକ୍ରୀ କରିବାରେ ଯେପରି କୌଣସି ଅସୁବିଧା ନ ହୁଏ ସେ ଦିଗରେ ଧ୍ୟାନ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ମଣ୍ଡି ରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ସୂଚାରୁ ରୁପେ ପରିଚାଳନା କରିବା ପାଇଁ ଆବଶ୍ୟକ ଆନୁଷଙ୍ଗିକ ସମସ୍ତ ବ୍ୟବସ୍ଥା କରିବା ସହିତ କୌଣସି ଯୋଗ୍ୟ ଚାଷୀ ଯେପରି ଏଥିରୁ ବଞ୍ଚତ୍ତ ନ ହୁଅନ୍ତି ସେଥି ପ୍ରତି ଧ୍ୟାନ ଦେବାକୁ ବିଧାୟକ, ଏମ୍‌ପିଙ୍କ ପ୍ରତିନିଧି, ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲାପାଳ ପରାମର୍ଶ ଦେଇଥିଲେ। ସରକାରଙ୍କ ଦ୍ୱାରା ଧାର୍ଯ୍ୟ ମୁତାବକ ଏଫ୍‌ଏକ୍ୟୁ ମାନର ଧାନ କୁଇଣ୍ଟାଲ ପିଛା ୨୦୪୦ ଟଙ୍କା ରହିଛି। ଏହି ବୈଠକରେ ଡାବୁଗାଁ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ମନୋହର ରନ୍ଧାରୀ, ଝରିଗାଁ, ବିଧାୟକ ପ୍ରକାଶ ଚନ୍ଦ୍ର ମାଝି, ଜିଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାଏକ, ଏମ୍‌ପିଙ୍କ ପ୍ରତିନିଧି ପ୍ରମୋଦ ପାଢ଼ୀ, ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଆନ୍ୟା ଦାସ, ଉପଜିଲାପାଳ ପ୍ରଶାନ୍ତ ରାଉତ, ଜିଲା ଯୋଗାଣ ଅଧିକାରୀ ସଞ୍ଜୀବ ସାହୁ, କୃଷକଙ୍କ ପ୍ରତିନିଧି ଝାଡେଶ୍ୱର ଖାଡାଙ୍ଗା, ମିଲରସ୍‌ ଆସୋସିଏସନ୍‌ କର୍ମକର୍ତ୍ତା ଝଡେଶ୍ୱର ମହାନ୍ତି, ଯୋଗାଣ ବିଭାଗ ଅଧିକାରୀ, କର୍ମଚାରୀ ପ୍ରମୁଖ ଯୋଗଦେଇଥିଲେ। ଉପଜିଲାପାଳ ପ୍ରଶାନ୍ତ କୁମାର ରାଉତ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri