ସମଗ୍ର ଦିଲ୍ଲୀ ଏନ୍‌ସିଆର୍‌ରେ ୫ଜି ସେବା

ମୁମ୍ବାଇ,୧୯।୧୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ସମଗ୍ର ଦିଲ୍ଲୀ ଏନ୍‌ସିଆର୍‌ରେ ୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦିଲ୍ଲୀ ପରେ ନୋଏଡା, ଗାଜିଆବାଦ, ଗୁରୁଗ୍ରାମ ଏବଂ ଫରିଦାବାଦରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଜଣାପଡ଼ିଛି। ଏଥିସହିତ ସମଗ୍ର ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳରେ ଟ୍ରୁ-୫ଜି ସେବା ଆରମ୍ଭ କରିବାରେ ଜିଓ ହେଉଛି ଦେଶର ଏକମାତ୍ର ଟେଲିକମ୍‌ ଅପରେଟର ସହ ଜିଓ ଦ୍ରୁତଗତିରେ ବିଭିନ୍ନ ସ୍ଥାନରେ ଟ୍ରୁ-୫ଜି ସେବା ମଧ୍ୟ ଯୋଗାଉଛି। ସେହିଭଳି ଜିଓର ଟ୍ରୁ-୫ଜି ନେଟ୍‌ୱର୍କ ସିଗ୍‌ନାଲ୍‌ ଦିଲ୍ଲୀ-ଏନ୍‌ସିଆର୍‌ର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ଏବଂ କ୍ଷେତ୍ରରେ ମିଳିବ। ଏନ୍‌ସିଆର୍‌ ଅଞ୍ଚଳରେ ଜିଓ ଟ୍ରୁ- ୫ଜି ସେବାର ଶୁଭାରମ୍ଭ ପରେ ଜିଓର ଗ୍ରାହକମାନଙ୍କୁ ଜିଓ ୱେଲକମ୍‌ ଅଫର ଅଧୀନରେ ଆମନ୍ତ୍ରଣ କରାଯିବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ଅଫରରେ ଗ୍ରହକମାନଙ୍କୁ ଅସୀମିତ ୫ଜି ଡାଟା ଏବଂ ୧ ଜିବିପିଏସ୍‌ ପର୍ଯ୍ୟନ୍ତ ସ୍ପିଡ୍‌ ମିଳିବ। ଏଥିପାଇଁ ଗ୍ରାହକମାନଙ୍କୁ କୌଣସି ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ ନାହିଁ। ଏ ସମ୍ପର୍କରେ ରିଲାଏନ୍ସ ଜିଓର ପ୍ରବକ୍ତା କହିଛନ୍ତି, ଦେଶର ରାଜଧାନୀ ଏବଂ ଦିଲୀ ଏନ୍‌ସିଆର୍‌ ଅଞ୍ଚଳର ଅଧିକାଂଶ ସ୍ଥାନରେ ଜିଓ ଟ୍ରୁ-୫ଜି ସେବା ପହଞ୍ଚାଇବା ଆମ ପାଇଁ ଗର୍ବର ବିଷୟ। ଏପରିକି ସମସ୍ତ ଭାରତୀୟଙ୍କ ନିକଟରେ ଜିଓ ଟ୍ରୁ-୫ଜି ସେବା ପହଞ୍ଚାଇବା ଲାଗି ଜିଓର ଇଞ୍ଜିନିୟରମାନେ ନିରବଚ୍ଛିନ୍ନ ଭାବେ ୨୪ଘଣ୍ଟା କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri