Posted inଜାତୀୟ

ଅରୁଣାଚଳ ପ୍ରଦେଶରେ ପ୍ରଥମ ଗ୍ରୀନଫିଲ୍ଡ ଏୟାରପୋର୍ଟର ଉଦଘାଟନ କଲେ ମୋଦି

ଇଟାନଗର,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅରୁଣାଚଳ ପ୍ରଦେଶକୁ ଏକ ବଡ ଉପହାର ଦେଇଛନ୍ତି । ସେଠାରେ ସେ ପ୍ରଥମ ଗ୍ରୀନଫିଲ୍ଡ ଏୟାର ପୋର୍ଟର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଜନତାଙ୍କୁ ସମ୍ବୋଧନ ଦେବା ସମୟରେ ଶୁଭେଚ୍ଛା ବି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ୨୦୧୯ରେ ଏହି ବିମାନ ବନ୍ଦରର ଶିଳାନ୍ୟାସ କରିଥିଲେ । ଏବେ ଏହା ୬୪୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅରୁଣାଚଳ ପ୍ରଦେଶର ଇଟାନଗରରେ ୬୦୦ ମେଗାୱାଟ କାମେଂଗ ହାଇଡ୍ରୋ ପାୱାର ଷ୍ଟେଶନକୁ ରାଷ୍ଟ୍ରକୁ ସମର୍ପିତ କରିଛନ୍ତି । ସେଠାରେ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଆପଣମାନେ ଜାଣନ୍ତି ଆମେ ଏକ କାର୍ଯ୍ୟ ସଂସ୍କୃତି ନେଇ ଆସିଛୁ । ଯେଉଁଠାରେ ଆମେ ଯେଉଁ ପରିଯୋଜନାର ଶିଳାନ୍ୟାସ କରିଛୁ ତା’ର ଉଦଘାଟନ ବି କରୁଛୁ । ଅଟକାଇବା, ଝୁଲାଇବା, ଭ୍ରମିତ କରିବାର ଯୁଗ ଶେଷ ହୋଇଛି ।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆମର ସ୍ୱପ୍ନ କେବଳ ଭାରତ ମାତା ପାଇଁ, ଅରୁଣାଚଳର ଏହି ଉପଲବ୍ଧି ପାଇଁ ସମଗ୍ର ପୂର୍ବୋତ୍ତରକୁ ଶୁଭେଚ୍ଛା । ପୂର୍ବରୁ ଏଠାରେ ଲୋକେ କେବଳ ନିର୍ବାଚନ ଜିତିବା ଲାଗି ଉଦ୍ୟମ କରୁଥିଲେ । ହେଲେ ଏବେ ଏଠାରେ ପରିସ୍ଥିତି ବଦଳି ଯାଇଛି । ଏବେ ଏଠାରେ କେବଳ ଉଦ୍ୟମ ହେଉନି ବରଂ ବିକାଶ ବି ନଜର ଆସିଛି ।
ମୋଦି ଆହୁରି ମଧ୍ୟ କହିଛନ୍ତି ମୁଁ ଆଜିବି ଅରୁଣାଚଳ ପ୍ରଦେଶ ଆସୁଛି ଏକ ନୂଆ ଆଶା, ନୂଆ ଶକ୍ତି ଓ ନୂଆ ଉତ୍ସାହ ନେଇ ଫେରୁଛି । ଅରୁଣାଚଳବାସୀଙ୍କ ମୁହଁରେ କେବେ ଉଦାସିନତା ବା ନିରାଶା ଦେଖିବାକୁ ମିଳିନାହିଁ । ଅନୁଶାସନ କ’ଣ ଏହା ଏଠାରେ ସମସ୍ତ ବ୍ୟକ୍ତି ଓ ସବୁ ଘରେ ନଜର ଆସୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri