କାର ଧକ୍କାରେ ବୋହୂ ମୃତ: ଜେଜେ, ନାତୁଣୀ ଗୁରୁତର

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଏକ ଢାବା ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ କାର ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବୋହୂଙ୍କ ମୃତ୍ୟୁ ଘଟିଥିବା ବେଳେ ଜେଜେ ଏବଂ ନାତୁଣୀ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ରମ୍ଭା ଟିକରପଡ଼ା ଗ୍ରାମର ବେବି ସେଠୀ।
ମିଳିଥିବା ସୂଚନାନୁଯାୟୀ, ବୋହୂ ବେବି ଝିଅର ଚିକିତ୍ସା ପାଇଁ ଶ୍ୱଶୁରଙ୍କ ସହ ସ୍କୁଟିରେ ରମ୍ଭାରୁ ଲକ୍ଷ୍ମୀପୁର ଯାଉଥିଲେ। ହେଲେ ବାଟରେ ଏକ ଢାବା ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ କାର ଭାରସାମ୍ୟ ହରାଇ ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା। ଏଣୁ ଘଟଣା ସ୍ଥଳରେ ବୋହୂଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ଜେଜେ ଏବଂ ନାତୁଣୀଙ୍କୁ ପ୍ରଥମେ ଛତ୍ରପୁର ଏବଂ ପରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ସ୍କୁଟି ଓ କାରକୁ ଜବତ କରିଛି। ଅନ୍ୟପକ୍ଷେ ପୋଲିସ କାର ଚାଳକଙ୍କୁ ଅଟକ ରଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri