Posted inଜାତୀୟ

ମହଙ୍ଗା ପଡ଼ିଲା ଇନ୍‌ଷ୍ଟାଗ୍ରାମ ପୋଷ୍ଟ: ପ୍ରତିକ୍ରିୟା ରଖିଲେ ଆଇଏଏସ୍‌ ଅଫିସର

ନୂଆଦିଲ୍ଲୀ,୧୯।୧୧: ଇନ୍‌ଷ୍ଟାଗ୍ରାମ ପୋଷ୍ଟ ପାଇଁ ଗୁଜରାଟ ନିର୍ବାଚନ ଡ୍ୟୁଟିରେ ଥିବା ଜଣେ ଆଇଏଏସ୍‌ ଅଫିସରଙ୍କୁ ମହଙ୍ଗା ପଡିଛି। ଆଇଏଏସ୍‌ ଅଧିକାରୀ ଅଭିଷେକ ସିଂଙ୍କୁ ନିର୍ବାଚନ କମିଶନ ବହିଷ୍କାର କରିଛନ୍ତି।

ସେ ସାଧାରଣ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହେବା ସହ କାର୍ଯ୍ୟରେ ଯୋଗଦେଇଥିବା ନେଇ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ନିଜର ପ୍ରଚାର ପାଇଁ ସେ ପଦବୀର ଅପବ୍ୟବହାର କରିଥିବା ନେଇ ନିର୍ବାଚନ କମିଶନଙ୍କ ଏକ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି। ଉତ୍ତରପ୍ରଦେଶ କ୍ୟାଡର ଆଇଏଏସ୍‌ ଅଫିସର ଅଭିଷେକଙ୍କୁ ଅହମ୍ମଦାବାଦର ବାପୁନଗର ଏବଂ ଅସରଓ୍ବା ଆସନ ପାଇଁ ସାଧାରଣ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା। ଅନ୍ୟପକ୍ଷେ ଆଇଏଏସ୍‌ ଅଧିକାରୀ ଏ ସମ୍ପର୍କରେ ଟୁଇଟ କରି ନିଜର ପ୍ରତିକ୍ରିୟା ରଖିଛି। ଇସିଆଇଙ୍କ ଏହି ନିର୍ଦ୍ଦେଶକୁ ସମ୍ମାନ ଜଣାଇବା ସହ ସେ ଏହି ପୋଷ୍ଟରେ କୌଣସି ଭୁଲ କରି ନ ଥିବା ଅଭିଷେକ୍‌ କହିଛନ୍ତି। ଜଣେ ସରକାରୀ କର୍ମଚାରୀ ଜନସାଧାରଣଙ୍କ ଟଙ୍କାରେ କିଣାଯାଇଥିବା ସରକାରୀ ଗାଡ଼ିରେ ନିଜର କାର୍ଯ୍ୟ ସମ୍ପାଦନା କରିବା ଏବଂ ଜନସାଧାରଣଙ୍କ ସହ ଯୋଗାଯୋଗ କରିବାରେ କୌଣସି ଭୁଲ ନାହିଁ। ଏହା କୌଣସି ପ୍ରଚାର କିମ୍ବା ଷ୍ଟଣ୍ଟ ନୁହେଁ ବୋଲି ଅଭିଷେକ ନିଜର ସ୍ପଷ୍ଟୀକରଣ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri