୨ ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟ ସରକାର ଆଉ ୨ ହଜାର ନୂଆ ଡାକ୍ତରୀ ପଦବୀ ସୃଷ୍ଟିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତରୀ ପଦବୀ ସଂଖ୍ୟା ୧୦୭୧୯କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ରାଜ୍ୟରେ ଓଡ଼ିଶା ମେଡିକାଲ ଓ ସ୍ବାସ୍ଥ୍ୟ ସେବା କ୍ୟାଡ଼ରରେ ଆଉ ୨ହଜାର ଏଲଟିଆରଏମଓ (ଲିଭ୍‌ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର) ଡାକ୍ତରୀ ପଦବୀ ଗ୍ରୁପ୍‌ – କ (ଜୁନିୟର ବ୍ରାଞ୍ଚ) ପାହ୍ୟାରେ ସୃଷ୍ଟି କରାଯାଇଥିବା ନେଇ ଶନିବାର ପ୍ରିନ୍ସିପାଲ ଆକାଉଣ୍ଟାଣ୍ଟ ଜେନେରାଲ(ଏଜି)ଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି । ଏହି ୨୦୦୦ ନୂଆ ଡାକ୍ତରୀ ପଦବୀ ମଧ୍ୟରୁ ସମସ୍ତ ୩୦ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲ ନିମନ୍ତେ ୫୦ଟି ଲେଖାଏ ଡାକ୍ତରୀ ପଦବୀ ଅର୍ଥାତ ମୋଟ ୧୫୦୦ ପଦବୀ ଉଦ୍ଦିଷ୍ଟ ରହିବ । ରାଉରକେଲା ସରକାରୀ ହସ୍ପିଟାଲ(ଆରଜିଏଚ) ପାଇଁ ୨୦ଟି ଡାକ୍ତରୀ ପଦବୀ ଏବଂ ୩୨ଟି ଉପଖଣ୍ଡ ହସ୍ପିଟାଲରେ ୧୫ଟି ଲେଖାଏ ଡାକ୍ତରୀ ପଦବୀ ଅର୍ଥାତ ମୋଟ ୪୮୦ଟି ଡାକ୍ତରୀ ପଦବୀ ସୃଷ୍ଟିକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । ୨୦୧୯ ଅଗଷ୍ଟ ମାସରେ ରାଜ୍ୟ ସରକାର ଅନୁରୂପ ଭାବେ ୨ହଜାର ଏଲଟିଆରଏମଓ ପଦବୀ ସୃଷ୍ଟି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri