ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ରାଗିଂ

ବ୍ରହ୍ମପୁର ଅଫିସ,୨୦।୧୧: ଗଞ୍ଜାମ ଜିଲା ଖଲ୍ଲିିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ପୁଣିଥରେ ଛାତ୍ରୀଙ୍କୁ ରାଗିଂ କରାଯିବା ଭଳି ଘଟଣା ଦୃଷ୍ଟିକୁ ଆସିଛି। ଜନୈକା ଛାତ୍ରୀଙ୍କୁ ଉକ୍ତ ଶିକ୍ଷାନୁଷ୍ଠାର ଯୁକ୍ତ ୨ ଦ୍ୱିତୀୟ ବର୍ଷର କେତେଜଣ ଛାତ୍ର ଅଶ୍ଳୀଳ ଭାଷାରେ ଗାଳିଗୁଲଜ, ଖରାପ ଇଙ୍ଗିତ ଓ ଟଣାଓଟରା କରିଥିବା ନେଇ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ ହୋଇଛି। ଛାତ୍ରୀଙ୍କୁ କ୍ୟାମ୍ପସ ପରିସରରେ ଦୁର୍ବ୍ୟବହାର କରାଯାଉଥିଲେ ହେଁ ସମ୍ପୃକ୍ତ ଛାତ୍ରଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ। ଏଥିଯୋଗୁ ଛାତ୍ରୀମାନେ ନିଜକୁ ଅସୁରକ୍ଷିତ ମନେକରୁଛନ୍ତି। ତାଙ୍କ ପାଠପଢ଼ା ଯେପରି ବ୍ୟାହତ ନ ହେବ ସେଥି ନିମନ୍ତେ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କୁ ଛାତ୍ରୀ ଜଣକ ନିବେଦନ କରିଛନ୍ତି। ଏନେଇ ଅଧ୍ୟକ୍ଷ ରାଧାକାନ୍ତ ନାୟକଙ୍କୁ ପଚାରିବାରୁ, ଗତ ୬ ଦିନ ପୂର୍ବରୁ ଜଣେ ଛାତ୍ରୀ ମୌଖିକ ଭାବେ ତାଙ୍କ ସହ ରାଗିଂ ହେଉଥିବା ନେଇ ଅଭିଯୋଗ କରି ଶନିବାର ଲିଖିତ ଭାବେ ଜଣାଇଛନ୍ତି। ଏହାର ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଆଣ୍ଟିରାଗିଂ କମିଟିକୁ ଅଭିଯୋଗ ହସ୍ତାନ୍ତର କରିଥିବା ଅଧ୍ୟକ୍ଷ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri