ବାଇକ୍‌ ଆରୋହୀ ଦମ୍ପତିଙ୍କ ଉପରେ ଚଢ଼ିଗଲା କାର୍‌

ପୁରୁଷୋତ୍ତମପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୂଖ୍ୟ ରାସ୍ତାର ଭାଟକୁମରଡା କଲେଜ ସମ୍ମୁଖରେ ରବିବାର ଏକ କାର ମୋଟର ସାଇକେଲ ଆରୋହୀଙ୍କ ଉପରେ ଚଢିଯିବା ସହ ବିଦ୍ୟୁତ ଟ୍ରାନ୍ସଫର୍ମରକୁ ପିଟି ହୋଇଯାଇଛି। ଏଥିରେ ବାଇକ୍‌ ଆରୋହୀ ଦମ୍ପତି ଭାଟକୁମରଡା ଗ୍ରାମର ତୋଫାନ ପଲେଇ (୨୭) ଓ ତାଙ୍କ ପତ୍ନୀ ପ୍ରମିଳା ପଲେଇ( ୨୨) ଆହତ ହୋଇଛନ୍ତି। ତୋଫାନଙ୍କ ଅବସ୍ଥା ଗୁରୁତର ରହିଛି। ଉଭୟଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡିଟିକୁ ଜବତ କରିବା ସହ କାର ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଚଲାଇଛନ୍ତି।

ସୂଚନାନୁଯାୟୀ, ଦମ୍ପତି ମୋଟର ସାଇକେଲ ଯୋଗେ ବ୍ରହ୍ମପୁରରୁ ନିଜ ଗ୍ରାମକୁ ଫେରୁଥିବାବେଳେ ଆନ୍ଧ୍ରପ୍ରଦେଶ ପାଦପାଟଣାମର କିଛି ଆଇଆପା ଭକ୍ତ ତାରାତାରିଣୀଠାରୁ ଦର୍ଶନ ସାରି କାର ଯୋଗେ ଅତି ଦ୍ରୁତ ଗତିରେ ଯିବାବେଳେ ଭାରସାମ୍ୟ ହରାଇ ମୋଟର ସାଇକେଲ ଆରୋହୀଙ୍କ ଉପରେ ଚଢାଇ ଟ୍ରାନ୍ସଫର୍ମରକୁ ପିଟି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri