ଶ୍ରୀମନ୍ଦିର ଫଟୋ ଭାଇରାଲ ନେଇ ଥାନାରେ ଏତଲା

ପୁରୀ ଅଫିସ, ୨୧ା୧୧: ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ ଘଟଣାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଭି.ଏସ୍‌. ଚନ୍ଦ୍ରଶେଖର ରାଓ ଏହି ଏତଲା ଦେଇଛନ୍ତି। ପଶ୍ଚିମବଙ୍ଗର ଆକାଶ ଚୌଧୁରୀ ନାମକ ବ୍ୟକ୍ତି କେଉଁ ପରିସ୍ଥିତିରେ ତାଙ୍କ ଫେସ୍‌ବୁକ୍‌ରେ ମହାପ୍ରଭୁ ଏବଂ ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଓ ଭିଡିଓ ଭାଇରାଲ କରିଛନ୍ତି ସେନେଇ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଏତଲାରେ ନିବେଦନ କରାଯାଇଛି।
ସୂଚନା ଅନୁଯାୟୀ, ଶ୍ରୀମନ୍ଦିର ଗର୍ଭଗୃହ ଏବଂ ରତ୍ନସିଂହାସନରୂଢ଼ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତି ଥିବା ଫଟୋ ଓ ଭିଡିଓକୁ ଆକାଶ ଚୌଧୁରୀ ତାଙ୍କ ଫେସ୍‌ବୁକ ଆକାଉଣ୍ଟରେ ଶନିବାର ଅପଲୋଡ୍‌ କରିଥିଲେ। ଏଥିସହ ବଙ୍ଗଳା ଭାଷାରେ ଲେଖିଥିଲେ ଯେ, ‘ମୁଁ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଆନନ୍ଦିତ। ମୁଁ ମୋ ଜୀବନର ଏହି ମୁହୂର୍ତ୍ତକୁ କେବେବି ଭୁଲିପାରିବି ନାହିଁ। ମୁଁ ଜଗନ୍ନାଥ ଦେବଙ୍କୁ ଦର୍ଶନ କଲି।’ ତେବେ ଏହି ଭାଇରାଲକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଥିଲା। କାର୍ଯ୍ୟାନୁଷ୍ଠାନ ନିମନ୍ତେ ଏକାଦଶୀ ସେବକ ସଂଘ ଓ ଶ୍ରୀମନ୍ଦିର ଯୁବ ସେବାୟତ ସଂଘ ପକ୍ଷରୁ ଜିଲାପାଳ ଏବଂ ଶ୍ରୀମନ୍ଦିର କମାଣ୍ଡରଙ୍କ ଜରିଆରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଦାବିପତ୍ର ଦେଇଥିଲୋ। ଏହାପରେ ଶ୍ରୀମନ୍ଦିର ପ୍ରଶାସନର ଚେତା ପଶିଥିଲା। ଫଳରେ ରବିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri