ଆଜି କେସିସିବି ଉପାଧ୍ୟକ୍ଷା ଲାଗି ନାମାଙ୍କନ ଦାଖଲ

ଖୋର୍ଦ୍ଧା ଅଫିସ,୨୧ା୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ଉପାଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଏହି ପଦବୀ ପାଇଁ ସୋମବାର ନାମାଙ୍କନ ଦାଖଲ ରହିଛି। ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ନାମାଙ୍କନ ଦାଖଲ, ଅପରାହ୍ନ ୧ଟା ଠାରୁ ୨ଟା ପର୍ଯ୍ୟନ୍ତ ଆପତ୍ତି ଅଭିଯୋଗ ଶୁଣାଣି କରାଯିବ। ୨୩ ତାରିଖରେ ପୂର୍ବାହ୍ନ ୧୧ଟା ଠାରୁ ଅପରାହ୍ନ ୧ଟା ମଧ୍ୟରେ ନାମାଙ୍କନ ପ୍ର୍ଯଯାହାର ଏବଂ ୨୮ତାରିଖରେ ବୋର୍ଡ ନିର୍ଦ୍ଦେଶକଙ୍କୁ ନେଇ ମତଦାନ କରାଯିବ ବୋଲି ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ମନୋଜ ପାଢୀ ସୂଚନା ଦେଇଛନ୍ତି। ୧୫ ବୋର୍ଡ ନିର୍ଦ୍ଦେଶକଙ୍କ ମଧ୍ୟରୁ ୧୨ଜଣ ଶାସକ ଦଳ ସମର୍ଥିତ ରହିଛନ୍ତି। ପୂର୍ବରୁ ପରିଚାଳାନ ପରିଷଦ ସଭାପତି ଭାବେ ୧୪ନଂ. ବୋର୍ଡ ନିର୍ଦ୍ଦେଶକ ଅଭିଷେକ ସିଂ ସାମନ୍ତ ଶାସକ ଦଳ ସମର୍ଥନରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ପୂର୍ବରୁ ଅଧ୍ୟକ୍ଷ ପଦବୀକୁ ନେଇ ଦଳରେ ଛକାପଞ୍ଝା ଲାଗି ରହିଥିଲା। ଶେଷରେ ବିଧାୟକଙ୍କ ନିଷ୍ପତ୍ତି କ୍ରମେ ଜିଲା ପର୍ଯ୍ୟବେକ୍ଷିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଅଭିଷେକଙ୍କ ନାମ ଘୋଷଣା କରିଥିଲେ। ଏବେ ପଦ୍ମପୁର ନିର୍ବାଚନ ଲାଗି ଜିଲା ସଭାପତି ବିଭୂତି ବଳବନ୍ତରାୟ, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ଅନୁପସ୍ଥିତ ରହିଛନ୍ତି। ତେବେ ଦଳ କାହାକୁ ଉପାଧ୍ୟକ୍ଷା ଭାବେ ନାମ ଘୋଷଣା କରିବ, ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri