ସୂଚନା ଅଧିକାର ଆଇନକୁ ଅବମାନନା: ୨୫ରୁ ଧାରଣା

ନୀଳଗିରି, ୨୧।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନୀଳଗିରି ଆଇଟିଡ଼ିଏର ବିଭିନ୍ନ ଯୋଜନା ଓ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଆଇନ୍‌ ବଳରେ ମାଗିଥିବା ବେଳେ ଉକ୍ତ ତଥ୍ୟ ଦିଆଯିବ ନାହଁି ବୋଲି କାର୍ଯ୍ୟାଳୟ ପକ୍ଷରୁ ରୋକଠୋକ ମନା କରିଦିଆଯାଇଥିଲା। ଫଳରେ ସୂଚନା ଅଧିକାର ଆଇନକୁ ଅବମାନନା କରିବା ସହ ଉଲ୍ଲଂଘନ କରାଯାଇଥିବା ପ୍ରତିବାଦରେ ବିଧାୟକ ଷଡ଼ଙ୍ଗୀ ଆସନ୍ତା ୨୫ ତାରିଖଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ନୀଳଗିରି ଆଇଟିଡ଼ିଏ ଅଫିସ୍‌ ଆଗରେ ଧାରଣା ଦେବା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏନେଇ ଷଡ଼ଙ୍ଗୀ ଘଟଣା ବିଷୟରେ ଏବଂ ଉକ୍ତ ବିଭାଗରେ ଉଭୟ କେନ୍ଦ୍ର, ରାଜ୍ୟ ସରକାରଙ୍କ ଅର୍ଥକୁ ହରିଲୁଟ୍‌ କରିଥିବାରୁ ତଥ୍ୟ ଦେଉ ନ ଥିବା ଅଭିଯୋଗ ଆଣିଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ନୀଳଗିରିର ପୂର୍ବତନ ବିଧାୟକ ଷଡ଼ଙ୍ଗୀ ସୂଚନା ଆଇନ ବଳରେ ନୀଳଗିରି ଆଇଟିଡିଏର ବିଭିନ୍ନ ପ୍ରକଳ୍ପ ଓ ବିଭିନ୍ନ ଯୋଜନା ବିଷୟରେ ତଥ୍ୟ ମାଗିଥିଲେ। ତଥ୍ୟ ପ୍ରଦାନର ଅବଧି ଶେଷ ହେବା ପରେ ଅନେକ ଥର ଷଡ଼ଙ୍ଗୀ କାର୍ଯ୍ୟାଳୟକୁ ଯାଇ ତଥ୍ୟ ଦିଅନ୍ତୁ ବୋଲି କାର୍ଯ୍ୟାଳୟର ମୁଖ୍ୟ କିରାଣିଙ୍କୁ କହିବା ପରେ ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିଥିଲେ। ଶେଷରେ ଷଡ଼ଙ୍ଗୀ ଅଫିସ୍‌କୁ ତଥ୍ୟ ଆଣିବାକୁ ଯାଇଥିବା ବେଳେ ମୁଖ୍ୟ କିରାଣି ତଥ୍ୟ ଦିଆଯାଇପାରିବ ନାହିଁ ବୋଲି ରୋକଠୋକ ମନା କରିବା ସହ ପିଏଙ୍କ ସହ କଥା ହେବାକୁ କହିଥିଲେ। ପରେ ପିଏଙ୍କ ସହ ଘଟଣା ବିଷୟରେ ଫୋନରେ ଜଣାଇଥିଲେ। ମାତ୍ର କୌଣସି ସଫଳତା ମିଳି ନ ଥିଲା। ଏନେଇ ଗତ ୧୯ ତାରିଖରେ ଏକ ଖବରଦାତା ସମ୍ମିଳନୀରେ ଷଡ଼ଙ୍ଗୀ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri