Odisha Elections 2024

ରାଗିଂ ବନ୍ଦ ଦାବିରେ ପ୍ରତିବାଦ

ବ୍ରହ୍ମପୁର ଅଫିସ,୨୨ା୧୧: ଶିକ୍ଷାନୁଷ୍ଠାନରେ ରାଗିଂ ବନ୍ଦକରିବା ଦାବିରେ ଏସ୍‌ଏଫ୍‌ଆଇ (ଷ୍ଟୁଡେଣ୍ଟ ଫେଡେରଶନ ଅଫ ଇଣ୍ଡିଆ)ଓ ଡିୱାଇଏଫ୍‌ଆଇ (ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ) ପକ୍ଷରୁ କମାପଲୀଠାରେ ପ୍ରତିବାଦ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ବିଭିନ୍ନ ଶିକ୍ଷାନୁଷ୍ଠାନରେ ରାଗିଂ ବୃଦ୍ଧି ପାଇଛି। ଏଥିରେ ଛାତ୍ରୀମାନେ ବହୁ ମାତ୍ରାରେ ଏହାର ଶୀକାର ହେଉଛନ୍ତି। ଫଳରେ ନିରୀହ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି ବୋଲି ସଂଘ କହିଛି। ଏଣୁ ରାଗିଂ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉଭୟ ସଂଘ ପକ୍ଷରୁ ଦୃଢ ଦାବି କରାଯାଇଛି। ଏଥିସହ ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଆଣ୍ଟି ରାଗିଂ କମିଟି ଗଠନ, ୨୦୦୯ ୟୁଜିସି ଗାଇଡ୍‌ ଲାଇନ୍‌ କାର୍ଯ୍ୟକାରୀ, ଛାତ୍ର ଓ ଅଭିଭାବକଙ୍କ ଶୁଣିବା ପାଇଁ ବ୍ୟବସ୍ଥା ଏବଂ ରାଗିଂର ଛାତ୍ରୀଛାତ୍ରଙ୍କୁ ଦୁଷ୍ଟାନ୍ତ ମୂଳକ ଦଣ୍ଡ ବିଧାନ କରିବା ପାଇଁ ସଂଘ ପକ୍ଷରୁ ଦାବି ହୋଇଛି। ଏଥିସହ ସଂଘ ପକ୍ଷରୁ ବ୍ରହ୍ମପୁର ଏସପିଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା। ଏ ନେଇ ଏସପି ଡ.ଶ୍ରବଣା ବିବେକ ଏମ ରାଗିଂ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପ୍ରତିବାଦରେ ଯୁବନେତା ଗୋକୁଳ ତ୍ରିପାଠୀ, ଲୋକନାଥ ଖୁଣ୍ଟିଆ, ରଞ୍ଜନ ପାତ୍ର, ତ୍ରିଲୋଚନ ପ୍ରଧାନ, ଅଜିତ ପାଣିଗ୍ରାହୀ, ଶ୍ରୀଧର ସ୍ବାଇଁ, ଅଜୟ ଗାୈଡ, ଛାତ୍ର ନେତା ଚନ୍ଦନ ସ୍ବାଇଁ ଓ ଅସୀମ ଜ୍ୟୋତି ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ପୁରୁଷୋତ୍ତମପୁର,୨୬ା୫( ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯନଗର ଥାନା ଅନ୍ତର୍ଗତ ବଡଖରିଡା କାଳେଶ୍ବର ମନ୍ଦିର ନିକଟରେ ରବିବାର ରାତିରେ ଜଣେ ଯୁବକଙ୍କୁ...

ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌: ଗ୍ରାହକ ସାଜି ମାଡ଼ି ବସିଲା ବନବିଭାଗ

ଖଡ଼ିଆଳ,୨୬।୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନାଞ୍ଚଳ ପକ୍ଷରୁ ଚଢ଼ାଉ କରାଯାଇ ଏକ କଲରାପତରିଆ ବାଘଛାଲ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ...

୧୬ ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା

ଛତ୍ରପୁର୨୬।୫(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ...

ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିଲା ହରିଣ ଛୁଆ: ଆଉ ତାପରେ…

ମୋହନା,୨୬ା୫(ମନ୍ମଥ ମିଶ୍ର୍ର): ମୋହନା ସଦର ମହକୁମାର ତାରିଣୀ ମନ୍ଦିର ସାମ୍ନାରେ ଥିବା ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିବା ଏକ ହରିଣ ଛୁଆକୁ କେତେକ ବୁଲା କୁକୁର...

ଯାତ୍ରୀ ଓହ୍ଲାଇବା ବେଳେ ସବାରୀ ଗାଡ଼ି ଉପରକୁ ମାଡିଗଲା ଟ୍ରକ: ଜଣେ ମୃତ, ୮ ଆହତ

ବାରିପଦା,୨୬।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟ ୧୮ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି।...

ମଧ୍ୟରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’: ବର୍ଷା, ପବନର ମୁକାବିଲା ପାଇଁ ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬।୫: ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ରବିବାର ମଧ୍ୟରାତିରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ...

ବୃଦ୍ଧଙ୍କୁ ଧକ୍କା ଦେଲା କାର୍‌

ଛତ୍ରପୁର,୧୬।୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ଠାରେ ଏକ କାର ଧକ୍କାରେ ବୃଦ୍ଧ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ୨ଟା...

ଛତ୍ରପୁର ବ୍ଲକ ଟପ୍ପର ହେଲେ ଅଭିପ୍ସା

ଛତ୍ରପୁର,୨୬।୫(ଦିଲ୍ଲୀପ ସାମଲ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୪ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି । ଏଥିରେ ଛତ୍ରପୁର ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri