ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର ଅଫିସ,୨୩।୧୧: ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ। ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସ୍ବତନ୍ତ୍ର ରାଜ୍ୟ, ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା, ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ, ପାଣି ମିଟର ଓ ସ୍କାର୍ଟ ବିଦ୍ୟୁତ ମିଟର ଲଗାଇବା ବନ୍ଦ ଆଦି ୫ଦଫା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ତେବେ ଏହି ବନ୍ଦ ଡାକରାକୁ ସମ୍ବଲପୁର ଜିଲା ଓକିଲ ସଂଘ, ନନ୍ଦପଡା ଶୀତଳଷଷ୍ଠୀ ଯାତ୍ରା କମିଟି, ଚିତ୍ରୋତ୍ପଳା ଯୁବକ ସଂଘ, ଯୁବ ଉଦୟନ, ଓଡିଶା ସାଂସ୍କୃତିକ ସମାଜ, ସମ୍ବଲପୁରୀ ଭାଷା ସଂସ୍କୃତି ପରିଷଦ,
ଜ୍ୟୋତି, ସମ୍ବଳ ଅନୁଷ୍ଠାନ ସମେତ ଅନେକ ସେଚ୍ଛାସେବୀ ଓ ସାଂସ୍କୃତିକ ଅନୁଷ୍ଠାନ ସମର୍ଥନ କରିଛନ୍ତି। ଆଜି ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଥିବା ବେଳେ ସମ୍ବଲପୁର ସହରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ସହରରେ ଜରୁରୀକାଳୀନ ସେବା ଯଥା-ଦୁଗ୍ଧ, ପାଣି, ଚିକିତ୍ସା ଆଦି ଜାରି ରହିବ। ଏହାସହ ପରୀକ୍ଷା ଯୋଗୁ ସ୍କୁଲ, କଲେଜକୁ ବାଦ୍‌ ଦିଆଯାଇଥିବା ବେଳେ ରେଳ ଚଳାଚଳ ଓ ଜାତୀୟ ରାଜପଥରେ ଗମନାଗମନକୁ ବନ୍ଦରୁ ବାଦ୍‌ ଦିଆଯାଇଛି। ଅପରପକ୍ଷେ, ସମ୍ବଲପୁର ବନ୍ଦ ପାଇଁ ସହରର ସମସ୍ତ ଦୋକାନ ବଜାର, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଆଦି ବନ୍ଦ ରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri