ପାଣି ପାଇଁ ପଞ୍ଚାୟତରେ ହଟ୍ଟଗୋଳ କଲେ ମହିଳା

କୋକସରା,୨୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡଙ୍ଗରୀ ଓ ବରାଡଙ୍ଗା ଗ୍ରାମରେ ଦୀର୍ଘ ୩ ମାସ ହେବ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ୨ ଗ୍ରାମର ମହିଳାମାନେ ପଞ୍ଚାୟତରେ ବୈଠକ ଚାଲିଥିବା ବେଳେ ଆସି ହଟ୍ଟଗୋଳ କରିଥିଲେ। ସୂଚନା ଅନୁସାରେ ବରାଡଙ୍ଗା ଗ୍ରାମ କମଳ ନଦୀ କୂଳରେ ଥିବା ଓଭରହେଡ଼ ପାଣି ଟାଙ୍କିରୁ ବରାଡଙ୍ଗା ଓ କେନ୍ଦୁଡଙ୍ଗରୀକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ହେଉଥିଲା। ବିଲ ପୈଠ ନ କରିବାରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଛି। ଫଳରେ ଉଭୟ ଗ୍ରାମର ୬ଟି ୱାର୍ଡର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ପିଇବା ପାଣି ପାଇଁ ନାହିଁ ନ ଥିବା ଅସୁବିଧା ସମ୍ମୁଖୀନ ହେଉଛନ୍ତି। ଏ ନେଇ ପୂର୍ବରୁ ସରପଞ୍ଚ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ବି ସମସ୍ୟା ସମାଧାନ ହୋଇ ନ ଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ହେମଲତା ନାଏକ, କୈଶଲ୍ୟା ନାଏକ, ସୁରେନ୍ଦ୍ର ନାଗ, ସୁରୁମ ନାଏକ, ଗାୟତ୍ରୀ ଦାସ, ଡମେନ ବଚ୍ଛା, ନିଲିମା ଦାସ, ନବିନା ନାଏକଙ୍କ ସମେତ ପୂର୍ବତନ ସରପଞ୍ଚ ଗୋକୁଳ ନାଏକ, ସନ୍ତୋଷ ନାଏକ, ପବିତ୍ର ନାଏକ, କୁମର ନାଏକ, କରୁଣା ହରିଜନ ସହିତ ଗ୍ରାମବାସୀ ଏକତ୍ରିତ ହୋଇ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ ପାଣି ଯୋଗାଇ ଦେବା ପାଇଁ ଅଡ଼ି ବସିଥିଲେ। ଏହାକୁ ନେଇ କିଛି ସମୟ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ସରପଞ୍ଚ ନିରୁପମା ସେଠୀ ଆସନ୍ତା ୭ଦିନ ମଧ୍ୟରେ ପାନୀୟ ଜଳ ଯୋଗାଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ମହିଳାମାନେ ଶାନ୍ତ ହୋଇଥିଲେ। ଏ ନେଇ ଜିପିଇଓ ନାରାୟଣ ଭୋଇଙ୍କ ପ୍ରତିକ୍ରିୟା ନେବାରୁ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ୨ ଲକ୍ଷ ୪୦ ହଜାର ଟଙ୍କା ବିଦ୍ୟୁତ୍‌ ଦେୟ ପୈଠ କରାଯାଇଛି। ସରପଞ୍ଚଙ୍କୁ ସମସ୍ୟା ସମାଧାନ ପାଇଁ କୁହାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri