ବାଇଡଙ୍କ ପକାଇ ଭଣ୍ଡୁର କରାଇବାକୁ ଉଦ୍ୟମ

ନୀଳଗିରି,୨୬।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଆଇଟିଡିଏ ଅଫିସରେ ବିଭିନ୍ନ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଅଧିକାର ଆଇନ ବଳରେ ମାଗିଥିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। କାର୍ଯ୍ୟାଳୟର ମୁଖ୍ୟ କିରାଣି ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିବା ପରେ ଶେଷରେ ତଥ୍ୟ ଦିଆଯାଇପାରିବ ନାହିଁ ବୋଲି ରୋକ୍‌ଠୋକ୍‌୍‌ ମନା କରିଦେଇଥିଲେ। ଏହାର ପ୍ରତିବାଦ କରି ଶୁକ୍ରବାର ପୂର୍ବାହ୍ନରେ ପୂର୍ବତନ ବିଧାୟକ ଷଡଙ୍ଗୀ ନୀଳଗିରି ଆଇଟିଡିଏ ଅଫିସ୍‌ ଆଗରେ ଧାରଣାରେ ବସିଥିଲେ। ଧାରଣାକୁ ଭଣ୍ଡୁର କରିବା ପାଇଁ ଧାରଣାସ୍ଥଳରେ ବାଇଡଙ୍କ ପକାଇବା ସହ ଅଞ୍ଚଳର କିଛି ବିପକ୍ଷବାଦୀ ଓ ସପକ୍ଷବାଦୀ ମଧ୍ୟରେ ଠେଲାପେଲା ହୋଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିଲା। ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା।
ଧାରଣାସ୍ଥଳରେ ଉପଜିଲାପାଳ ମନ୍ଦରଧର ମାହାଳିକ, ତହସିଲଦାର ଅଶେଷ କୁମାର ନାୟକ, ଆଇଆଇସି ଗୋପାଳ ଚନ୍ଦ୍ର କର୍ଣ୍ଣ, ସହକାରୀ ଜିଲାପାଳ ସିଦ୍ଧାର୍ଥ ପରିଡ଼ା ପ୍ରମୁଖ ପହଞ୍ଚତ୍ ଷଡ଼ଙ୍ଗୀଙ୍କ ସହ ସମସ୍ତ ବିଷୟକୁ ନେଇ ଆଲୋଚନା କରିଥିଲେ। ଏଥିସହ ପୂର୍ବରୁ ମାଗିଥିବା ତଥ୍ୟ ଅବଧି ଶେଷ ହେଇଥିବାରୁ ଆଉ ଥରେ ସୂଚନା ଆଇନ ବଳରେ ତଥ୍ୟ ମାଗିଲେ ୭ ଦିନ ମଧ୍ୟରେ ତଥ୍ୟ ଦିଆଯିବାର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଅନ୍ୟପକ୍ଷରେ ଷଡ଼ଙ୍ଗୀ ଧାରଣାରେ ବସିଥିବା ବେଳେ ନୀଳଗିରି ଆଇଟିଡିଏର କନିଷ୍ଠଯନ୍ତ୍ରୀ ରତିକାନ୍ତ ମଢ଼େଇ ତାଙ୍କ ଗାଁରୁ ପ୍ରାୟ ୧୫ଜଣ ଲୋକଙ୍କୁ ଆଣି ଧାରଣାକାରୀଙ୍କ ମଧ୍ୟରେ ଠେଲାପେଲା କରିଥିବା ଅଭିଯୋଗ ହୋଇଛି। ରତିକାନ୍ତ ମଢ଼େଇଙ୍କ ନାମରେ ଷଡ଼ଙ୍ଗୀ ନୀଳଗିରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri