୨୯ରେ କୁଲାଡ଼ ଗ୍ରାମବାସୀଙ୍କ ଆନ୍ଦୋଳନ

ବଅଁରପାଳ,୨୬।୧୧(ଡି.ଏନ.ଏ.): ନାଲ୍‌କୋ ପାରିପାର୍ଶ୍ୱିକ ଗ୍ରାମ କୁଲାଡ଼ ଗ୍ରାମବାସୀଙ୍କ ପକ୍ଷରୁ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଊଷାରାଣୀ ସ୍ବାଇଁ ଏହାର ନେତୃତ୍ୱ ନେଇଥିଲେ। ବୈଠକରେ କୁହାଯାଇଛି ଯେ, ନାଲ୍‌କୋ ପ୍ଲାଣ୍ଟ ନିକଟରେ ଥିବା କୁଲାଡ଼ ଗ୍ରାମବାସୀ ଦୀର୍ଘଦିନ ହେଲା ଧୂଳିଧୂଆଁରେ ଜୀବନ ବିତାଉଛନ୍ତି। ହେଲେ ଗ୍ରାମକୁ ଅବହେଳା କରାଯାଉଛି। ଗ୍ରାମରେ ବହୁ ବେକାର ଯୁବତୀଯୁବକ ଥିଲେ ମଧ୍ୟ ସେମାନଙ୍କୁ ଥଇଥାନ କରାଯାଉନାହିଁ। ସ୍କୁଲର ଉନ୍ନତି କରାଯାଉ ନ ଥିବାବେଳେ ରାସ୍ତାଘାଟ ଶୋଚନୀୟ ହୋଇପଡିଛି। ନାଲ୍‌କୋରେ ଯାଇଥିବା ସ୍ଥାୟୀ ସରକାରୀ ଜମି, ଗୋଚର ଜମି ଏବଂ ଜଳାଶୟ, ଜଙ୍ଗଲ ଜମି ବଦଳରେ ଗ୍ରାମବାସୀଙ୍କୁ ଜମି ପ୍ରଦାନ କରିବା ପାଇଁ ଗ୍ରାମବାସୀ ଦାବି କରିଥିଲେ। ଅଫିସରମାନଙ୍କ ସମ୍ପର୍କୀୟମାନେ ବିଭିନ୍ନ କାର୍ଯ୍ୟରେ ନିୟୋଜିତ ହେଉଥିବାବେଳେ ପାରିପାର୍ଶ୍ୱିକ ଲୋକଙ୍କୁ ଅବହେଳା କରାଯାଉଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଥିଲେ। ଏହାର ପ୍ରତିବାଦରେ ଆସନ୍ତା ୨୯ ତାରିଖରେ ଆନ୍ଦୋଳନ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ବୈଠକରେ ଗ୍ରାମ ସଭାପତି ଅଶୋକ ବିଶୋଇ, ସମ୍ପାଦକ ବିଚିତ୍ରା ସାମଲ, ପ୍ରଭାତ ବିଶୋଇ, ପୂର୍ବତନ ସରପଞ୍ଚ ପଦ୍ମ ଅମାନ୍ତ, ହରମୋହନ ସିଂ, ଭାଗୀରଥି ଜେନା, ଟ୍ରକ୍‌ ମାଲିକ ସଂଘ ସଭାପତି ମନୋରଞ୍ଜନ ଜେନା, ଅଭୟ ସିଂ, ଶେଷଦେବ ଦେହୁରୀ, ରାଜା ଧୀର, ବିନୋଦ ସେଠ, ବୁଟୁ ଅମାନ୍ତ, ମୁକେଶ ଜେନା, ରମେଶ ଆମାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri