ପଦ୍ମପୁର ଉପନିର୍ବାଚନ: ଏଣିକି ହେଭିୱେଟଙ୍କ ପ୍ରଚାର

ପଦ୍ମପୁର,୨୬।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ଡିସେମ୍ବର ୫ ତାରିଖରେ ମତଦାନ ହେବ। ଏଥିପାଇଁ ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅଧୀନ ପଦ୍ମପୁର, ପାଇକମାଳ ଓ ଝାରବନ୍ଧ ବ୍ଲକ ଅଞ୍ଚଳରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଦଳୀୟ ପ୍ରାର୍ଥୀମାନେ ଗାଁ ଗାଁ ଓ ଘର ଘର ବୁଲି ଭୋଟରଙ୍କୁ ଭେଟି ଆଶୀର୍ବାଦ ଲୋଡୁଛନ୍ତି। ମତଦାନ ତାରିଖ ଯେତେ ପାଖେଇ ଆସୁଛି ପ୍ରଚାର ମଧ୍ୟ ସେହି ଅନୁପାତରେ ଜୋର୍‌ ଧରିଛି। ଭୋଟରଙ୍କୁ ନିଜ ସପକ୍ଷରେ ନେବା ପାଇଁ ତିନି ପ୍ରମୁଖ ଦଳ ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି କ୍ରମରେ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ହେଭିୱେଟ ନେତାଙ୍କୁ ପ୍ରଚାର ମଇଦାନକୁ ଆଣୁଥିବା ଜଣାପଡିଛି। ଏହାକୁ ନେଇ ଦଳୀୟ ପ୍ରାର୍ଥୀ ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଲାଣି। ଭାଜପାର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ରଙ୍କ ସୂଚନା ଅନୁସାରେ, ଦଳର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ମୁଖପାତ୍ର ସମ୍ବିତ ପାତ୍ର ଶନିବାର ଝାରବନ୍ଧ ବ୍ଲକର ବିଳାଶପୁର, କୁମିର ଓ ଜଗଦଲପୁରରେ ସାଧାରଣ ସଭା କରି ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ୨୭ ତାରିଖରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପାଇକମାଳ ଓ ପଦ୍ମପୁରରେ ସାଧାରଣ ସଭା କରି ବରଗଡ଼-ପଦ୍ମପୁର ରେଲୱେ ଲାଇନ ଓ ପ୍ରଧାନମନ୍ତ୍ରୀ ଫସଲ ବୀମା ସମ୍ପର୍କରେ ଥିବା ଭ୍ରମ ଧାରଣାକୁ ଦୂର କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଡିସେମ୍ବର ୧ କିମ୍ବା ୨ତାରିଖରେ ନିର୍ବାଚନ ପ୍ରଚାରରେ ଆସିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡିଛି। ସେହିପରି ବିଜେଡିର ଷ୍ଟାର ପ୍ରଚାରକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିସେମ୍ବର ୨ କିମ୍ବା ୩ତାରିଖରେ ପଦ୍ମପୁର ନିର୍ବାଚନ ମଣ୍ଡଳୀକୁ ପ୍ରଚାରରେ ଆସିବେ ବୋଲି ଦଳୀୟ ନେତୃମଣ୍ଡଳୀ କହିଛନ୍ତି। ଅନ୍ୟପକ୍ଷେ ଭାଜପା ଓ ବିଜେଡିକୁ ଟକ୍କର ଦେବା ପାଇଁ କଂଗ୍ରେସ ମଧ୍ୟ ଅନୁରୂପ ରଣନୀତି ଆପଣେଇଛି। ଦଳ ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରଚାର ଚଳାଇଥିବା ବେଳେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, କଂଗ୍ରେସ ନେତା କହ୍ନେୟା କୁମାର, ବିଧାୟକ ସୁରେଶ ରାଉତରାୟଙ୍କ ସମେତ କଂଗ୍ରେସର ଓଡିଶା ପ୍ରଭାରୀଙ୍କୁ ଆଣି ପ୍ରଚାର କରିବାକୁ ଦଳ ଯୋଜନା କରୁଛି ବୋଲି ବରଗଡ଼ ଜିଲା କଂଗ୍ରେସ କମିଟି ସଭାପତି ନିହାର ମହାନନ୍ଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri