କିମଙ୍କ ଧମକ: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପରମାଣୁ ଶକ୍ତି ହେବା ଆମର ଶେଷ ଲକ୍ଷ୍ୟ

ପୋଙ୍ଗୟାଙ୍ଗ,୨୭ ।୧୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ସାରା ବିଶ୍ୱକୁ ଏକ ବାର୍ତ୍ତା ଦେଇ କହିଛନ୍ତି, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପରମାଣୁ ଶକ୍ତି ହେବା ଉତ୍ତର କୋରିଆର ଶେଷ ଲକ୍ଷ୍ୟ । ଏଥିପାଇଁ ସେ ବହୁ ସେନା ଅଧିକାରୀଙ୍କୁ ପ୍ରୋତ୍ସାହିତ ବି କରିଛନ୍ତି । କିମ ଦେଶର ନୂତନ ହାୱାସଙ୍ଗ-୧୭ ଅନ୍ତରମହାଦୀପୀୟ ବାଲେଷ୍ଟିକ ମିଶାଇଲ କ୍ଷେପଣାସ୍ତ୍ର(ଆସିବିଏମ)ର ପରୀକ୍ଷଣ ତଦାରଖ କରିବା ପରେ ଏବଂ ନଭେମ୍ବର ୧୮ରେ ଆଣବିକ ଅସ୍ତ୍ର ସହିତ ଆମେରିକାର ଆଣବିକ ବିପଦକୁ ପ୍ରତିହତ କରିବାକୁ ପ୍ରତିଶ୍ରୁତି ଦେବା ପରେ ଏହି ଘୋଷଣା କରାଯାଇଛି । କିମ୍ କହିଛନ୍ତି ରାଜ୍ୟ ତଥା ଲୋକଙ୍କ ସମ୍ମାନ ତଥା ସାର୍ବଭୌମତ୍ୱକୁ ଦୃଢ ଭାବରେ ରକ୍ଷା କରିବା ପାଇଁ ଆଣବିକ ଶକ୍ତି ନିର୍ମାଣ କରାଯାଉଛି ଏବଂ ଏହାର ମୂଳ ଲକ୍ଷ ହେଉଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସାମରିକ ଶକ୍ତି ହେବା । କିମ ଜୋନ ଉନ ହ୍ୱାଙ୍ଗସ-୧୭କୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସାମରିକ ଅସ୍ତ୍ର ବୋଲି କହିଥିଲେ ଏବଂ ଏହା ଉତ୍ତର କୋରିଆର ସଂକଳ୍ପ ଏବଂ ପରିଶେଷରେ ବିଶ୍ୱର ଶକ୍ତିଶାଳୀ ସେନା ବାହୀନି ଗଠନ କରିବାବାର କ୍ଷମତା ପ୍ରଦର୍ଶନ କରିଥିଲା ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri