Posted inଜାତୀୟ

ଏଏପି ହେଉଛି ଛୋଟ ରିଚାର୍ଜ, ୨୦୧୩ର ମୋଦି ହେଉଛନ୍ତି କେଜରିଓ୍ବାଲ : ଓଓ୍ବାଇସିଙ୍କ କଟାକ୍ଷ…

ନୂଆଦିଲ୍ଲୀ,୨୮।୧୧ : ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ (ଏମସିଡି) ନିର୍ବାଚନ ପୂର୍ବରୁ ଅଲ ଇଣ୍ଡିଆ ମୁସଲିମ ଇତେହାଦୁଲ ମୁସଲିମନ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆମ ଆଦମୀ ପାର୍ଟି (ଏଏପି)କୁ କଟାକ୍ଷ କରି ଏହାକୁ ଏକ ଛୋଟ ରିଚାର୍ଜ ବୋଲି କହିଛନ୍ତି। ଡିସେମ୍ବର ୪ ରେ ଅନୁଷ୍ଠିତ ହେବାକୁ ଥିବା ଏମସିଡି ନିର୍ବାଚନରେ ସେଲାମପୁରରୁ ଏଆଇଏମଆଇଏମ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ଓୱାଇସି ଅଭିଯୋଗ କରିଛନ୍ତି ଯେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ମୁସଲମାନମାନଙ୍କୁ ବଦନାମ କରିଛନ୍ତି ଏବଂ ସେ ହେଉଛନ୍ତି ୨୦୧୩ର ନରେନ୍ଦ୍ର ମୋଦି। କେଜରିଓ୍ବାଲ ମୋଦିଙ୍କର ସମସ୍ତ ରେକର୍ଡ ଭାଙ୍ଗିବାକୁ ଚାହୁଁଛନ୍ତି। କେଜରିୱାଲ ଦଙ୍ଗା ସମୟରେ ନିଖୋଜ ହୋଇଯାଇଥିଲେ। ଯେତେବେଳେ ସେ ଶାହିନ ବାଗରେ ବିକ୍ଷୋଭକାରୀଙ୍କ ବିରୋଧରେ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ବିରୋଧରେ କହିଥିଲେ।

ଏଆଇଏମଆଇଏମ ମୁଖ୍ୟ କହିଛନ୍ତି ଯେ ଯେତେବେଳେ ଲୋକମାନେ କରୋନା ସହିତ ଲଢ଼ୁଥିଲେ, ଅମ୍ଳଜାନ ଏବଂ ଡାକ୍ତରଖାନା ଶଯ୍ୟା ପାଇଁ ଲୋକେ ସଙ୍କଟରେ ପଡ଼ିଥିଲେ ସେତେବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତବଲିଗ ଜମାତ କାରଣରୁ କରୋନା ସଂକ୍ରମଣ ବିସ୍ତାର କରୁଥିବା କହିଥିଲେ। ସେ ଏହାଦ୍ୱାରା ତବଲିଗ ଜମାତକୁ ଅପମାନିତ କରିଥିଲେ। ସେ କହିଛନ୍ତି ଯେ ଦିଲ୍ଲୀର କୋଭିଡ ମାମଲାର ତାଲିକାରେ ତବଲିଗ ଜମାତ ସଦସ୍ୟଙ୍କୁ ସୁପର ସ୍ପ୍ରେଡର୍‌ ବୋଲି ଅଭିଯୋଗ ଅଣାଯାଇଥିଲା। ଫଳରେ ସମଗ୍ର ଦେଶ ମୁସଲମାନମାନଙ୍କ ଉପରେ ସନ୍ଦେହ କରିବା ଆରମ୍ଭ କରିଥିଲା। ଘୃଣା ବୃଦ୍ଧି ପାଇଲା ଏବଂ ଅନେକ ଲୋକଙ୍କୁ ଆକ୍ରମଣ କରାଯାଇଥିଲା। ଏଥିପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦାୟୀ। ଓୱାଇସି ଅଭିଯୋଗ କରିଛନ୍ତି ଯେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଶାହିନ ବାଗରେସିଏଏ ବିରୋଧୀ ପ୍ରଦର୍ଶନକାରୀଙ୍କୁ ଅଧ ଘଣ୍ଟା ମଧ୍ୟରେ ସଫା କରିଦେବେ।

ଓୱାଇସି କହିଛନ୍ତି ଯେ ୨୦୨୦ ଦିଲ୍ଲୀ ଦଙ୍ଗାରେ ଘର ପୋଡି ପାଉଁଶ ହୋଇଯାଇଥିଲା। ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କୁ ଆଉ କେଉଁଠାରେ ଦେଖିବାକୁ ମିଳି ନଥିଲା। ସେ ଅଭିଯୋଗ କରିଛନ୍ତି ଯେ କୌଣସି ଦଳ ମୁସଲମାନ, ଦଳିତ ଏବଂ ଆଦିବାସୀଙ୍କ କଲ୍ୟାଣ ପାଇଁ କାମ କରିବାକୁ ଚାହୁଁନାହାଁନ୍ତି। ସୂଚନାଯୋଗ୍ୟ ଏଆଇଏମଆଇଏମ ଏମସିଡି ନିର୍ବାଚନରେ ୧୬ ଜଣ ପ୍ରାର୍ଥୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri