Posted inଜାତୀୟ

ଅଧିକାରୀଙ୍କୁ ଆଣ୍ଠୂଆ ବସାଇ ପିଟା ଯାଉଛି, ଇଡ଼ି-ଆଇଟି ବିରୋଧରେ ଅଭିଯୋଗ ଆଣିଲେ ବଘେଲ…

ରାୟପୁର,୨୮।୧୧ : ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଏବଂ ଆୟକର ବିଭାଗର କାର୍ଯ୍ୟକୁ ବେଆଇନ ତଥା ରାଜନୈତିକ ଉଦ୍ଦେଶ୍ୟମୂଳକ ବୋଲି କହିଛନ୍ତି। ଏହା ସହିତ ସେ ଇଡି ଏବଂ ଆଇଟି ବିରୋଧରେ ଅଭିଯୋଗ କରିଛନ୍ତି ଯେ ଅଟକ ଥିବା ଅଧିକାରୀ ଏବଂ ବ୍ୟବସାୟୀମାନଙ୍କୁ ଆଣ୍ଠୂଆ ବସାଇ ପିଟା ଯାଉଛି।

ଏକ ଟୁଇଟରେ ସେ ଲେଖିଛନ୍ତି, କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକ ହେଉଛି ଦେଶର ନାଗରିକଙ୍କ ଶକ୍ତି, ଯଦି ନାଗରିକମାନେ ଏହି ଶକ୍ତିକୁ ଭୟ କରିବା ଆରମ୍ଭ କରନ୍ତି, ତେବେ ନିଶ୍ଚିତ ଭାବରେ ଏହି ନକାରାତ୍ମକ ଶକ୍ତି ଦେଶକୁ ଦୁର୍ବଳ କରିଦିଏ। ଇଡି ଏବଂ ଆୟକର ପରି ଏଜେନ୍ସି ଦୁର୍ନୀତି ସହ ଜଡିତ ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ, ଆମେ ଏହାକୁ ସ୍ବାଗତ କରୁଛୁ। କିନ୍ତୁ ଇଡି ଏବଂ ଆୟକର ଅଧିକାରୀଙ୍କ ଦ୍ୱାରା ପଚରାଉଚରା ବେଳେ ବେଆଇନ କାର୍ଯ୍ୟ ଯେପରି ସାମ୍ନାକୁ ଆସୁଛି, ତାହା ଆଦୌ ଗ୍ରହଣୀୟ ନୁହେଁ।

ସେ ଲେଖିଛନ୍ତି ଯେ ଲୋକଙ୍କୁ ଡକାଇ ସେମାନଙ୍କୁ ଘରୁ ଜବରଦସ୍ତ ଉଠାଇ, ଆଣ୍ଠୂଆ ବସାଇ ସେମାନଙ୍କୁ ମାଡ ମାରିବା ସହ ଆଜୀବନ କାରାଗାରରେ ରଖିବାକୁ ଧମକ ଦେଇ ସେମାନଙ୍କୁ ଅଟକ ରଖାଯାଉଛି।ବିନା ଖାଦ୍ୟ ଏବଂ ପାଣିରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ପଚରାଉଚରା କରାଯାଉଥିବା ଅଭିଯୋଗ ସେ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri