ଥାଲାସେମିଆ ପୀଡ଼ିତଙ୍କ ପାଇଁ ଚିକିତ୍ସା ବ୍ୟବସ୍ଥା ନାହିଁ

ପୁରୀ ଅଫିସ, ୨୯ା୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥାଲାସେମିଆ ପିଡ଼ିତ ଶିଶୁଙ୍କ ମାଗଣାରେ ଅସ୍ଥିମଜା ପ୍ରତିରୋପଣ ଅସ୍ତ୍ରୋପଚାର (ବୋନ ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ଅପରେଶନ) ସହ ଅନ୍ୟ ସୁବିଧା ଯୋଗାଇବା ଦାବିରେ ସୋମବାର ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ପଦଯାତ୍ରାରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଦାବିପତ୍ର ଦେଇଛନ୍ତି। ଅଖିଳ ଭାରତ ହିନ୍ଦୁ ମହାସଭାର ପୁରୀ ଜିଲା ସଭାପତି ଜୟପ୍ରକାଶ ସେଠୀଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ହୋଇଥିଲା। ପୁରୀ ଜିଲାରେ ୪୦୦ରୁ ଊର୍ଦ୍ଧ୍ୱ ଥାଲାସେମିଆ ପିଡ଼ିତ ରହିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଥାଲାମେସିଆ ପିଡ଼ିତ ଶିଶୁଙ୍କ ଚିକିତ୍ସା ବ୍ୟବସ୍ଥା ନାହିଁ। ଫଳରେ ସେମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଏହି ରୋଗୀଙ୍କୁ ମାଗଣା ଆଇରନ ପରୀକ୍ଷା ମାପ, ରକ୍ତବଣ୍ଟନ, ଆଣ୍ଟି ଆଇରନ ମେଡିସିନ ସହ ଅନ୍ୟାନ୍ୟ ମେଡିସିନ ଯୋଗାଇଦେବା, ହେମାଟୋଲୋଜି ପାଇଁ ସ୍ବତନ୍ତ୍ର ଓଟି ଓ୍ବାର୍ଡ ସହ ଫ୍ରି ବୋନ ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ଅପରେଶନ ବ୍ୟବସ୍ଥା କରାଯିବାକୁ ଦାବି କରାଯାଇଛି। ଏ ନେଇ ଜିଲାପାଳ ସମର୍ଥ ବର୍ମା ଅଭିଯୋଗକାରୀ ଏବଂ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହ ଆଲୋଚନା କରିଥିଲେ। ଆବଶ୍ୟକ ପଦକ୍ଷେପ ନିଆଯିିବ ବୋଲି ସେ କହିଛନ୍ତି। ସେହିପରି ରକ୍ତ ମିଳୁ ନ ଥିବା ଅଭିଯୋଗ ଉପରେ ଅନୁଧ୍ୟାନ କରାଯିବ ବୋଲି ଜିଲାପାଳ ବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri