ଯୁବକଙ୍କୁ ନିର୍ମମ ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଅଟକ: ସାଇଣ୍ଟିଫିକ ଟିମ୍‌, ପୋଲିସର ତଦନ୍ତ ଜାରି

କୋକସରା,୨୯।୧୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗାଁର ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଅଭିଯୋଗରେ କୋକସରା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ମଙ୍ଗଳବାର ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗ୍ରାମ ନିକଟରେ ଥିବା ଏକ ଧାନ ଖଳାରେ ସେହି ଗ୍ରାମର ଦୟାନିଧି ଦୁଣ୍ଡକିଆ(୫୨)ଙ୍କୁ କେହି ପଥରରେ ଛେଚି ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ଘଟଣାରେ ମୃତକଙ୍କ ପତ୍ନୀ ସାଧନୀ ଦୁଣ୍ଡକିଆ ହତ୍ୟା ଅଭିଯୋଗ ଆଣିବା ସହ ଜମିବାଡ଼ି ବିବାଦକୁ ନେଇ ବଡ଼ ବାପାଙ୍କ ପୁଅ ରୂପଧର ଦୁଣ୍ଡକିଆ ଓ କାକା ପୁଅ ଦେବରାଜ ଦୁଣ୍ଡକିଆ ହତ୍ୟା କରିଥିବା କହିଛନ୍ତି। ପୋଲିସ ଏହି ଘଟଣାରେ କେସ୍‌ ନମ୍ବର ୨୯୬/୨୨ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ତେବେ ସାଇଣ୍ଟିଫିକ ଟିମ୍‌ର ରିପୋର୍ଟ ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସମସ୍ତ ଘଟଣା ସାମ୍ନାକୁ ଆସିବ ବୋଲି ପୋଲିସ କହିଛି। ଅନ୍ୟପଟେ ହତ୍ୟା ଅଭିଯୋଗରେ ୨ଜଣ ଅଭିଯୁକ୍ତ ଦେବରାଜ ଦୁଣ୍ଡକିଆ ଓ ରୂପଧର ଦୁଣ୍ଡକିଆଙ୍କୁ ଅଟକ ରଖି ପଚରାଉଚରା କରୁଛି ବୋଲି ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri